ପଡିଆ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ମାଲକାନଗିରି ଜିଲ୍ଲା ପଡିଆ ବ୍ଳକ ପଡିଆ ସଦର ମହକୁମା ସ୍ଥିତ କିଙ୍ଗ ପବ୍ଲିକ ଇଂଲିଶ ମିଡିୟମ ସ୍କୁଲ କାର୍ଯ୍ୟାଳୟ ପରିସରରେ ୮୦ ତମ ସ୍ୱାଧୀନତା ଦିବସ ବେଶ ଉତ୍ସାହ ଓ ଦେଶ ଭକ୍ତିର ସହ ଅନୁଷ୍ଠିତ ହୋଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ପଡ଼ିଆ ସରପଞ୍ଚ ଗଙ୍ଗା କରାମ୍ ‘ବନ୍ଦେ ମାତରମ୍ ‘ ଗାନ ପରେ ପତାକା ଉତ୍ତୋଳନ ପୂର୍ବକ ଜାତୀୟ ସଂଗୀତ ଗାନ କରିବା ପରେ ଉପସ୍ଥିତ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ୮୦ ତମ ସ୍ଵଧାନତା ଦିବସର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ତାଙ୍କ ଅଭିଭାଷଣ ରେ ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ତ୍ୟାଗ, ବଳିଦାନ ଓ ଅବଦାନ କୁ ସ୍ମରଣ କରିଥିଲେ l















