ପୁରୀ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଆସନ୍ତାକାଲି ସୋମବାର ଶ୍ରାବଣ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀପୟର ସୁରକ୍ଷା ପାଇଁ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଆପାତତ ସଂଧ୍ଯା ୬ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଏକ ସ୍ବତନ୍ତ୍ର ଗୁପ୍ତ ସେବା ନୀତି । ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ସ୍ବତନ୍ତ୍ର ଧଳା କପଡାରେ ଘୋଡା ଯାଇଥାଏ ।















