ଓଡ଼ିଶା ତାଜା ନ୍ୟୁଜ (୨ ଅକ୍ଟୋବର ଶୁକ୍ରବାର ) ଛତ୍ରପୁର :- ବ୍ରହ୍ମପୁର ଠାରେ ଜାତିର ଜନକ ମହାତ୍ମା ଗାନ୍ଧିଙ୍କ ୧୫୧ ତମ ଜୟନ୍ତୀ ପାଳିତ ହୋଇଯାଇଛି । ରାମଲିଙ୍ଗମ୍ ପୋଖରୀ ପାର୍ଶ୍ବରେ ଥିବା ଗାନ୍ଧୀ ପାର୍କ ଓ ଗାନ୍ଧୀ ନଗର ଛକ ସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୁର୍ତ୍ତିରେ ବିଶିଷ୍ଠ ଅତିଥିମାନଙ୍କ ଗହଣରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଜିଲ୍ଲା ସଂସ୍କୃତି ପରିଷଦ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ମାଲ୍ୟାର୍ପଣ କାର୍ୟ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ରାଜ୍ୟ ନିର୍ମାଣ ଶ୍ରମିକ ବୋର୍ଡ ଅଧ୍ୟକ୍ଷ ଡଃ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ , ବ୍ରହ୍ମପୁର ବିଧାୟକ ବିକ୍ରମ
କୁମାର ପଣ୍ଡା, ବ୍ରହ୍ମପୁର ମହାନଗର ନିଗମ କମିଶନର୍ ଡ. ସିଦ୍ଧେଶ୍ବର ବଳିରାମ ବୋନ୍ଦର , ବ୍ରହ୍ମପୁର ଉପ ଜିଲ୍ଲାପାଳ ଓ୍ବି. କିର୍ତ୍ତୀ ଓ୍ବାସନ୍ ଓ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଜାତିର ଜନକ ମହାତ୍ମାଗାନ୍ଧିଜୀଙ୍କ ଉଭୟ ପ୍ରତିମୁର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ହିଲପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ଠାରେ ଗାନ୍ଦିଜୀଙ୍କ ଜୀବନ ଆଦର୍ଶ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶନୀକୁ ଅତିଥିଗଣ ଉଦ୍ଘାଟନ କରିଥିଲେ । ଏହି କାର୍ୟ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ସହଯୋଗ କରିଥିଲେ (ଶେଷଦେବ ସାହୁ / ଗଞ୍ଜାମ ଜିଲ୍ଲା ବ୍ୟୁରୋ )