ବାଲିଗୁଡା (ଓଡିଶା ତାଜାନ୍ୟୁଜ ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ପ୍ରସ୍ତୁତି ଲାଇବେରୀ ଠାରେ ସିଭିଲ ସର୍ଭିସ କୋଚିଂ ସେଣ୍ଟର କନ୍ଧମାଳ ଜିଲ୍ଲାପାଳ ବେଦ ଭୂଷଣ ଙ୍କ କରକମଳରେ ପ୍ରସ୍ତୁତି ଲାଇବେରୀ ଗୃହ ଠାରେ ସିଭିଲ ସର୍ଭିସ କୋଚିଂ ସେଣ୍ଟର ର ଶୁଭାରମ୍ଭ ହୋଇଛି | ଏହି ଉଦଘାଟନ ଉତ୍ସଵ ରେ ବାଲିଗୁଡା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭମ ଭୋସଲେ ପ୍ରୋବେଶନ ଆଇଏଏସ ଅଧିକାରୀ ଯଶକରଣ ସିଂ, ପିଏ ଆଇଟିଡିଏ କୃପାସିନ୍ଧୁ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ l















