ମାଲକାନଗିରି କେନ୍ଦ୍ରୀୟ ବିଦ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ମାଲକାନଗିରି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ମାଲକାନଗିରି ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମାଲକାନଗିରି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ମୁଖ୍ୟ ଅଧ୍ୟକ୍ଷତା କରି ଶିକ୍ଷାର ଉନ୍ନତି ଏବଂ ସ୍କୁଲର ଭିତ୍ତିଭୂମି ବିକାଶ ପାଇଁ ଦୀର୍ଘମିଆଦୀ ରଣନୀତି ଉପରେ ଆଲୋଚନା କରିଛନ୍ତି ।















