ନୟାଗଡ଼ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପଞ୍ଚମ କିସ୍ତିରେ ୧୧୬ କୋଟି ୮୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିବା ସେ ସୂଚନା ଦେଇଛନ୍ତି । ନୟାଗଡ଼ ଜିଲ୍ଲାବାସୀଙ୍କୁ ଆଶ୍ୱାସନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ର ସରକାରଙ୍କ ସହଯୋଗରେ ଖୁବ୍ ଶୀଘ୍ର ନୟାଗଡ଼ ଚିନି କଳ ପ୍ରତିଷ୍ଠା ସହିତ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ମଧ୍ୟ ଆରମ୍ଭ ହେବ । ଏହି ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ କହିଥିଲେ ଯେ ଆମ ସରକାର ଦାୟିତ୍ୱ ନେବା ସମୟରେ ସଠିକ୍ ନିଷ୍ପତ୍ତି ନେଇ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ଏହି ସୁଭଦ୍ରା ଯୋଜନା ରାଜ୍ୟର ଏକ କୋଟିରୁ ଉର୍ଦ୍ଧ୍ୱ ମା ଓ ଭଉଣୀଙ୍କ ସାମାଜିକ ଓ ଆର୍ଥିକ ଜୀବନରେ ପରିବର୍ତ୍ତନ ଆଣିଛି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟର ସାଢ଼େ ଚାରି କୋଟି ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ମୁଖ୍ୟମନ୍ତ୍ରୀ ଦିନ ରାତି କଠିନ ପରିଶ୍ରମ କରୁଛନ୍ତି । ନୟାଗଡ଼ର ଇଂରାଜୀ ବନାନକୁ ସଂଶୋଧନ କରି ନୟାଗଡ଼ ଜିଲ୍ଲାର ସ୍ୱାଭିମାନ ଓ ଅସ୍ମିତାକୁ ମୁଖ୍ୟମନ୍ତ୍ରୀ ସୁରକ୍ଷିତ କରିଛନ୍ତି ବୋଲି ସେ କହିଥିଲେ ।

ଏହି ଅବସରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେ ଯେ ସୁଭଦ୍ରା ହେଉଛି ମା ଓ ଭଉଣୀ ମାନଙ୍କ ସ୍ୱପ୍ନ, ସମ୍ମାନ ଓ ସ୍ୱାବଲମ୍ବନର ପ୍ରତୀକ । ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆମ ବସ୍ ରେ ମା ଓ ଭଉଣୀ ମାନଙ୍କ ପାଇଁ ମାଗଣା ଯାତ୍ରା ସୁବିଧା କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ସୁଭଦ୍ରା ଆଜି ମହିଳାମାନଙ୍କୁ ନିଜେ ନିଷ୍ପତ୍ତି ନେବାର ଓ ଉଦ୍ୟୋଗୀ ବନିବାର ସୁଯୋଗ ପ୍ରଦାନ କରିଛି ।

ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସୁଭଦ୍ରା ହେବ ବିକାଶର ମୂଳପିଣ୍ଡ ବୋଲି ସେ କହିଥିଲେ । ପୁରୀ ସାଂସଦ ଡକ୍ଟର ସମ୍ବିତ ପାତ୍ର ଧାର୍ଯ୍ୟ ସମୟ ପୂର୍ବରୁ ଲକ୍ଷପତି ଦିଦି ଟାର୍ଗେଟ୍ ହାସଲ କରି ରେକର୍ଡ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇ କହିଥିଲେ ଯେ ଟେଲିଭିଜନରେ ମୁଖ୍ୟମନ୍ତ୍ରୀଙ୍କ ବୋଟ୍ ଓ ଖାଲିପାଦରେ ବନ୍ୟା ଗସ୍ତ ଦେଖି ସଂସଦ ରେ ସାଂସଦ ମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । କନ୍ଧମାଳ ସାଂସଦ ଶ୍ରୀ ସୁକାନ୍ତ ପାଣିଗ୍ରାହୀ କହିଥିଲେ ଯେ ମାତୃ ଶକ୍ତିର ଜାଗରଣ ହେଲେ ସମାଜର ବିକାଶ ହୁଏ ।

ଆଜି ଦେଶରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ମାତୃଶକ୍ତିର ସମ୍ମାନ କ୍ଷେତ୍ରରେ ଏକ ନୂଆ ଜାଗରଣ ସୃଷ୍ଟି ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଓ ଗଞ୍ଜାମ ଜିଲ୍ଲାର ସଫଳ ସୁଭଦ୍ରା ହିତାଧିକାରୀ ଓ ପ୍ରଶିକ୍ଷିତ ହିତାଧିକାରୀଙ୍କ ସହିତ ବାର୍ତ୍ତାଳାପ କରିଥିଲେ। Subhadra Annual report ୨୦୨୫-୨୬, SBI Survey Report ଏବଂ ସୁଭଦ୍ରା ସମୀକ୍ଷା ଉନ୍ମୋଚନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଡ଼ଃ ମୃଣାଳିନୀ ଦର୍ସ୍ୱାଲ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଓ ଖଣ୍ଡପଡ଼ା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ଦୁଷ୍ମନ୍ତ କୁମାର ସ୍ୱାଇଁ ଧନ୍ୟବାଦ୍ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ ଏବଂ ନୟାଗଡ଼ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।














