• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ : ସମନ୍ୱୟ ସମିତି

Proprietor Abhimanyu Maharana by Proprietor Abhimanyu Maharana
August 30, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ : ସମନ୍ୱୟ ସମିତି

Share on FacebookShare on TwitterWhatsapp

 ଭୁବନେଶ୍ୱର  (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ସ୍ଥିତ ଲୋୟର୍ ପି.ଏମ୍‌.ଜି. ଗାନ୍ଧିମାର୍ଗରେ ଚାଲିଥିବା ଅହୋରାତ୍ର ଗଣଧାରଣା ପନ୍ଦର ଦିନରେ ପହଞ୍ଚିଛି । ହଜାର ହଜାର ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ ପ୍ରଚଣ୍ଡ ଖରା ଓ ତୁହାକୁ ତୁହା ବର୍ଷାକୁ ସହ୍ୟ କରି ରାଜରାସ୍ତାରେ ଅହୋରାତ୍ର ଧାରଣାରେ ବସିଛନ୍ତି । ସରକାର ଶିକ୍ଷାର କଣ୍ଠରୋଧ ନ କରି ଶିକ୍ଷକମାନଙ୍କର ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନେଇ ସେମାନଙ୍କର ଅଧିକାର ଫେରାଇ ଦିଅନ୍ତୁ ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତିରେ କହିଛନ୍ତି ।

ସୂଚନା ଥାଉକି, ଶିକ୍ଷକ କର୍ମଚାରୀମାନେ ଦୀର୍ଘ ୧୫ ଦିନ ହେଲା ଦାବି ହାସଲ ପାଇଁ ଶାନ୍ତିପୂର୍ଣ୍ଣ ଭାବରେ ଗାନ୍ଧିମାର୍ଗରେ ଧାରଣାରେ ବସି ରହିଛନ୍ତି । ଶିକ୍ଷକ, ଅଧ୍ୟାପକ ଓ କର୍ମଚାରୀମାନଙ୍କର ଦାବି ନ୍ୟାୟ ସଙ୍ଗତ ଓ ଯୁକ୍ତିଯୁକ୍ତ ହୋଇଥିଲେ ମଧ୍ୟ ସରକାର ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ ନ କରିବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ ବୋଲି ସମନ୍ୱୟ ସମିତି ପକ୍ଷରୁ କୁହାଯାଇଛି । ସରକାର ସମସ୍ତ ବର୍ଗର ଲୋକଙ୍କ କଥା ବିଚାର କରୁଥିଲା ବେଳେ ଶିକ୍ଷକମାନଙ୍କ ପ୍ରତି ଅବିଚାର କାହିଁକି ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଯୋଗ୍ୟ ବିବେଚିତ ବିଦ୍ୟାଳୟ ଗୁଡ଼ିକରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ଅନୁଦାନ ନପାଇ ଶୂନ୍ୟ ହସ୍ତରେ ଅବସର ନେଉଛନ୍ତି ଓ ମୃତ୍ୟୁବରଣ କରୁଛନ୍ତି ।

ତେଣୁ ଅନୁଦାନରୁ ବାଦ୍ ପଡ଼ିଥିବା ବିଦ୍ୟାଳୟଗୁଡ଼ିକୁ ତୁରନ୍ତ ଅନୁଦାନ ଦେଇ ସେମାନଙ୍କ ମୁହଁରେ ହସ ଫୁଟାନ୍ତୁ । ୩୦ ବର୍ଷରୁ ଊର୍ଦ୍ଧ୍ୱକାଳ ଶିକ୍ଷାଦାନ କରିବା ପରେ ରିକ୍ତ ହସ୍ତରେ ଅବସର ନେଉଥିବା ସମସ୍ତ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ କାର୍ଯ୍ୟରତ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀଙ୍କ ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁସାରେ ପେନ୍‌ସନ ବ୍ୟବସ୍ଥା ଓ ଚାକିରି ସର୍ତ୍ତାବଳୀ ଲାଗୁ କରାଯାଉ । ଶିକ୍ଷକ କର୍ମଚାରୀମାନଙ୍କର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ଅନୁଦାନ ପ୍ରତ୍ୟାସୀ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା, ୨୦୦୪ ମସିହା ଠାରୁ ଅଦ୍ୟାବଧି ଅବସର ନେଇଥିବା ଏବଂ ଆଗାମୀ ଦିନରେ ଅବସର ନେବାକୁ ଥିବା ଶିକ୍ଷକ,

ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଚାକିରି ସର୍ତ୍ତାବଳୀ ସହ ପେନ୍‌ସନ୍ ଓ ଅବସରକାଳୀନ ସୁବିଧା ପ୍ରଦାନ କରିବା ଏବଂ ରାଜ୍ୟର ସମସ୍ତ ଅଣଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ସମାନ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦେବା ଓ ଓଡ଼ିଶାରେ ଗୋଟିଏ ପ୍ରକାର ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପରିଣତ କରି ଏକ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଇତ୍ୟାଦି । ଅହୋରାତ୍ର ଧାରଣାର ପଞ୍ଚଦଶ ଦିବସରେ ଆନ୍ଦୋଳନ ସ୍ଥଳରେ ପ୍ରାଥମିକ ଶିକ୍ଷକ ମହାସଂଘର ଆବାହକ ଶ୍ରୀଯୁକ୍ତ ଶ୍ରୀକାନ୍ତ ବାରିକ ଉପସ୍ଥିତ ରହି ପ୍ରତିବାଦ ସଭାରେ ଉଦ୍‌ବୋଧନ ଦେବା ସହିତ ଏହି ଆନ୍ଦୋଳନ ପ୍ରତି ତାଙ୍କର ସଂଗଠନ ପକ୍ଷରୁ ସମର୍ଥନ ଜଣାଇଛନ୍ତି ।

ରାଜ୍ୟର ମାନ୍ୟବର ମୁଖ୍ୟମନ୍ତ୍ରୀ ତୁରନ୍ତ ହସ୍ତକ୍ଷେପ କରି ଶିକ୍ଷକମାନଙ୍କର ସମସ୍ୟା ସମାଧାନର ପନ୍ଥା ନିର୍ଦ୍ଧାରଣ କରନ୍ତୁ ବୋଲି ଆନ୍ଦୋଳନର ନେତୃତ୍ୱ ନେଉଥିବା ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ, ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ଡ଼. ପ୍ରଶାନ୍ତ କୁମାର ପ୍ରଧାନ, ନିର୍ମଳା ପଣ୍ଡା, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଶଲିଳ ରାଜନନ୍ଦନ ମହାନ୍ତି, ଅଜୟ କୁମାର ପତି, ରଞ୍ଜନ କୁମାର ପଣ୍ଡା,

ଏମ୍‌.ଏ. କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, ସୁରେଶ ଚନ୍ଦ୍ର ଦାଶ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ବନମାଳୀ ବାରିକ, ଅଟଳ ବଳ, ପ୍ରିୟରଞ୍ଜନ ରଥ, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା, ଗଦାଧର ଶତପଥୀ, ରମାକାନ୍ତ ଲେଙ୍କା ଏବଂ ମଧୁସୂଦନ ଦେ ପ୍ରମୁଖ ସରକାରଙ୍କୁ ଦୃଢ଼ ଚେତାବନୀ ଦେଇଛନ୍ତି, ନଚେତ୍ ଏ ଆନ୍ଦୋଳନ ଆହୁରି ତୀବ୍ର ରୂପ ଧାରଣ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକ ମଳୟ ମଲ୍ଲିକଙ୍କ ପତ୍ନୀ ରଶ୍ମିରେଖାଙ୍କ ଅକାଳ ବିୟୋଗ

ସାମ୍ବାଦିକ ମଳୟ ମଲ୍ଲିକଙ୍କ ପତ୍ନୀ ରଶ୍ମିରେଖାଙ୍କ ଅକାଳ ବିୟୋଗ

August 31, 2026
ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ : ସମନ୍ୱୟ ସମିତି

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ : ସମନ୍ୱୟ ସମିତି

August 30, 2026
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

August 30, 2026
ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

August 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକ ମଳୟ ମଲ୍ଲିକଙ୍କ ପତ୍ନୀ ରଶ୍ମିରେଖାଙ୍କ ଅକାଳ ବିୟୋଗ

ସାମ୍ବାଦିକ ମଳୟ ମଲ୍ଲିକଙ୍କ ପତ୍ନୀ ରଶ୍ମିରେଖାଙ୍କ ଅକାଳ ବିୟୋଗ

August 31, 2026
ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ : ସମନ୍ୱୟ ସମିତି

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ : ସମନ୍ୱୟ ସମିତି

August 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version