ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ପୂଜ୍ୟପୂଜା କମିଟି ନୟାଗଡ଼ ତରଫରୁ ପାଠାଗାର ଆନ୍ଦୋଳନର ଆଗଧାଡିର ନାୟକ ପ୍ରବାଦ ପୁରୁଷ ଦାଶରଥି ପଟ୍ଟନାୟକ ( ଦାସିଆ ଅଜା) ଙ୍କ ୨୯ ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଦିପ ଧୁପ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ପୂଜ୍ୟପୂଜା କମିଟି ର ବରିଷ୍ଠ ସଦସ୍ୟ ତଥା ସାମ୍ବାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନା ରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି ସଭା ରେ ଭାରତ ବିକାଶ ପରିଷଦର ସଭାପତି ଶ୍ରୀ ପ୍ରଶନ୍ନ କୁମାର ବସନ୍ତିଆ, ରୋଟାରୀ କ୍ଲବ ସଭାପତି ବାସୁଦେବ ସାହୁ,















