• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ – ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି

Proprietor Abhimanyu Maharana by Proprietor Abhimanyu Maharana
September 18, 2026
in ଓଡ଼ିଶା, ପୁରୀ, ହୋମ୍
0
ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ – ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି
Share on FacebookShare on TwitterWhatsapp

୨୨.୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଲା ସମୁଦାୟ ପୁଞ୍ଜି ନିବେଶ ପ୍ରସ୍ତାବ
ଆମେ ଆମର ସର୍ବାଧିକ ସାମର୍ଥ୍ୟ ଯୁବବର୍ଗଙ୍କ ସ୍ୱର୍ଣ୍ଣିମ ଭବିଷ୍ୟତ ପାଇଁ ଉପଯୋଗ କରୁଛୁ – ମୁଖ୍ୟମନ୍ତ୍ରୀ

ପୁରୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ରାଜ୍ୟର ଯୁବପିଢ଼ିଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ କରିବା ପାଇଁ ଆମ ସରକାର ନିଜର ସର୍ବାଧିକ ସାମର୍ଥ୍ୟର ଉପଯୋଗ କରୁଛନ୍ତି ବୋଲି (ୟୁ ଏ ଇ ) ଗସ୍ତରୁ ଫେରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଣମାଧ୍ୟମକୁ ବିବୃତି ଦେଇ କହିଛନ୍ତି | ସେ କହିଛନ୍ତି ଯେ ରାଜ୍ୟର ପୁଅ-ଝିଅ ପାଠପଢ଼ା ସାରିବା ପରେ ଯେପରି ନିଜ ମାଟିରେ ହିଁ ସମ୍ମାନଜନକ ନିଯୁକ୍ତି ପାଇପାରିବେ, ତାହା ଆମ ସରକାରଙ୍କ ମୂଳ ଲକ୍ଷ୍ୟ। ଏଥିପାଇଁ ଆରମ୍ଭରୁ ହିଁ ଶିଳ୍ପାୟନ ଅଭିଯାନକୁ ବ୍ୟାପକ କରାଯାଇଛି।ଭୁବନେଶ୍ୱର ବିମାନବନ୍ଦର ଠାରେ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ନିକଟରେ ବିବୃତ୍ତି ରଖି ସେ କହିଥିଲେ ଯେ, ଏହି (ୟୁ ଏ ଇ ) ଗସ୍ତ, ଗତ ଦୁଇ ବର୍ଷ ଧରି ସରକାରଙ୍କ ଶିଳ୍ପାୟନ ଅଭିଯାନର ଆଉ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି ।

୨୦୨୫ ଜାନୁୟାରୀରେ ଭୁବନେଶ୍ୱରରେ ଅନୁଷ୍ଠିତ ‘ଉତ୍କର୍ଷ ଓଡ଼ିଶା – ମେକ ଇନ ଓଡ଼ିଶା କନକ୍ଲେଭ’ ପରେ ଦିଲ୍ଲୀ, ମୁମ୍ବାଇ, ହାଇଦ୍ରାବାଦ, କୋଲକାତା, ଗୁଜରାଟ ଠାରୁ ଆରମ୍ଭ କରି ସିଙ୍ଗାପୁର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନକୁ ଗସ୍ତ କରି ପୁଞ୍ଜି ଯୋଗାଡ଼ କରିବା ପାଇଁ ଓଡ଼ିଶା ସରକାରଙ୍କ ଏକ ସମର୍ପିତ ଟିମ୍ ନିରବିଚ୍ଛିନ୍ନ ଉଦ୍ୟମ ଜାରି ରଖିଛନ୍ତି | ଏହି ଉଦ୍ୟମ ଦ୍ୱାରା ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ତ୍ୱରାନ୍ୱିତ ହେବା ସହିତ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉଛି ଏବଂ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଏହା ଗୋଟିଏ ଗୋଟିଏ ମାଇଲଖୁଣ୍ଟ ଭାବେ ପରିଗଣିତ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।ସୂଚନାଯୋଗ୍ୟ ଯେ ଗତ ସେପ୍ଟେମ୍ବର ୮ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ,

ଶିଳ୍ପ ମନ୍ତ୍ରୀ ଓ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ (ୟୁ ଏ ଇ ) ଗସ୍ତ କାଳରେ ୯, ୧୦ ଓ ୧୧ ତାରିଖ— ତିନି ଦିନ ଧରି ଆବୁଧାବି ଏବଂ ଦୁବାଇରେ ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ଆଲୋଚନା ଓ ପର୍ଯ୍ୟାଲୋଚନା କରାଯାଇଛି । ୟୁ ଏ ଇ. ଗସ୍ତରେ ସମୁଦାୟ ୫୨ଟି ବିଜନେସ ମିଟିଙ୍ଗ୍, ୬ଟି ରାଉଣ୍ଡଟେବୁଲ ମିଟିଙ୍ଗ୍, ୪୬ଟି ୱାନ୍-ଟୁ-ୱାନ୍ ମିଟିଙ୍ଗ୍ ସହ ପ୍ରାୟ ୪୦୦ ଶିଳ୍ପ ନେତୃତ୍ୱ ଓ ପ୍ରତିନିଧିଙ୍କ ସହିତ ଆଲୋଚନା ହୋଇଛି । ଏହି ଗସ୍ତ କାଳରେ ସମୁଦାୟ ୮ଟି ବୁଝାମଣା ପତ୍ର (ଏମ ଓ ୟୁ ) ସ୍ୱାକ୍ଷରିତ ହେବା ସହ ୧୬ଟି ନିବେଶ ସମ୍ଭାବନା ସୃଷ୍ଟି ହୋଇଛି| ଯାହାଦ୍ୱାରା ରାଜ୍ୟକୁ ୨ ଲକ୍ଷ ୪୩ ହଜାର ୧୬୨ କୋଟି ଟଙ୍କାର ନିବେଶ ପ୍ରସ୍ତାବ ହାସଲ ହୋଇଛି ।

ଏହାଦ୍ୱାରା ୬ ଲକ୍ଷ ୧୮ ହଜାର ୭୨୫ ପ୍ରତ୍ୟକ୍ଷ ସୁଯୋଗ ସୃଷ୍ଟି ହେବ। ପରୋକ୍ଷ ନିଯୁକ୍ତି ସହ ସମୁଦାୟ ପ୍ରାୟ ୯ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବରୁ ହାସଲ ହୋଇଥିବା ୨୦ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ପ୍ରସ୍ତାବକୁ ମିଶାଇ ବର୍ତ୍ତମାନ ରାଜ୍ୟର ମୋଟ ନିବେଶ ପ୍ରସ୍ତାବ ୨୨.୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ଏହି ଗସ୍ତ କାଳରେ (ୟୁ ଏ ଇ ) ର ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ନିବେଶ ପରିଷଦର ଅଧ୍ୟକ୍ଷ ଅବ୍‌ଦୁଲା ବିନ୍ ତକ୍ ଅଲ୍‌ ମାରି ଏବଂ ଆଈହସି ର ପରିଚାଳନା ନିର୍ଦ୍ଦେଶକ ସୟଦ ବସର୍ ସୁଏବ୍‌ଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି ।

ଆଇ. ଏଚ ସି ଓ ଆଦାନୀ ଗ୍ରୁପ୍ ମଧ୍ୟରେ ୨୦୨୬ ଜୁଲାଇ ୨ ତାରିଖରେ ହୋଇଥିବା ଭାଗିଦାରୀକୁ ଆଗକୁ ନେଇ ଓଡ଼ିଶାରେ ୧୪ଟି ନୂଆ ପ୍ରକଳ୍ପ ପାଇଁ ଏମ ଓ ୟୁ ସ୍ୱାକ୍ଷରିତ ହୋଇଛି। ଏହି ଦୁଇ କମ୍ପାନୀର ଇଣ୍ଟିଗ୍ରେଟେଡ୍ ଆଲୁମିନିୟମ୍ ପ୍ରୋଜେକ୍ଟ ପାଇଁ ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଶିଳ୍ପ ସ୍ଥାପନ ନେଇ ଉଦ୍ୟମ ଜାରି ରହିଛି।ଏହା ସହିତ ୟୁ ଏ ଇ ର ସଫଳ ଓଡ଼ିଆ ଉଦ୍ୟୋଗୀ ଓ ପ୍ରବାସୀ ଓଡ଼ିଆମାନଙ୍କ ସହ ଭାବର ଆଦାନପ୍ରଦାନ କରାଯାଇଛି, ଯାହା ଦ୍ୱିପାକ୍ଷିକ ବ୍ୟବସାୟିକ ଓ ସାଂସ୍କୃତିକ ସମ୍ପର୍କକୁ ଅଧିକ ମଜବୁତ କରିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି |

ସେ ଆହୁରି କହିଥିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶାର ପରିକଳ୍ପନା ଏବଂ ଆସନ୍ତା ଦଶ ବର୍ଷ ମଧ୍ୟରେ ରାଜ୍ୟକୁ ୫୦୦ ବିଲିଅନ ଆମେରିକୀୟ ଡଲାର ଅର୍ଥନୀତିରେ ପରିଣତ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି । ଶିକ୍ଷିତ ଯୁବବର୍ଗଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯାଉଛି। ଏଥିପାଇଁ ଆଗାମୀ ଦିନରେ ପ୍ରତିଷ୍ଠିତ ହେବାକୁ ଥିବା କାରଖାନା ଓ ଅଫିସଗୁଡ଼ିକ ପାଇଁ ଯୁବବର୍ଗଙ୍କୁ ନିଯୁକ୍ତି-ପ୍ରସ୍ତୁତ କରିବାକୁ ଆବଶ୍ୟକୀୟ ସ୍କିଲ ଟ୍ରେନିଂ ଦିଆଯାଉଛି।ପ୍ରାରମ୍ଭିକ ସ୍ତରରେ ସଫଳତା ମିଳିବା ପରେ ସରକାରଙ୍କ ପରବର୍ତ୍ତୀ ଲକ୍ଷ୍ୟ ହେଉଛି ଏହିସବୁ ନିବେଶ ପ୍ରସ୍ତାବ ଓ ଏମ ଓ ୟୁ ଗୁଡ଼ିକୁ ଯଥାଶୀଘ୍ର କାର୍ଯ୍ୟକାରୀ କରି ଉତ୍ପାଦନ ଆରମ୍ଭ କରିବା,

ଯାହା ଆଗାମୀ ଦିନରେ ରାଜ୍ୟରେ ନିଯୁକ୍ତିର ଏକ ବଡ଼ ସୁଯୋଗ ସୃଷ୍ଟି କରିବ।” ଏହି ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ . ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଜଙ୍ଗଲ ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶାସକ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ , ଏକାମ୍ର ବିଧାୟକ ବାବୁ ସିଂ , ନିଆଳି ବିଧାୟକ ଛବି ମଲ୍ଲିକ, ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠି , ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ସମାଜ ସେବୀ ଜଗନ୍ନାଥ ପ୍ରଧାନ ଏବଂ ବିପୁଳ ସଂଖ୍ୟା ରେ ଜନସାଧାରଣ ମୁଖ୍ୟମନ୍ତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରି ଧନ୍ୟବାଦ ଜଣାଇଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026
ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version