ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଗଜପତି ଜିଲ୍ଲାରେ ଅର୍ଣ୍ଣବ ବାତ୍ୟା ଯୋଗୁଁ ପ୍ରବଳ ବର୍ଷାରେ ଭୂଷ୍ଫଳନ ହୋଇ ପାହାଡ଼ରୁ ମାଟି ଅତଡ଼ା ସହ ବଡ଼ ବଡ଼ ପଥର ଖଣ୍ଡ ରାସ୍ତା ଉପରେ ପଡିବା ଅଞ୍ଚଳ ସହ ଜିଲ୍ଲାର ବିଭିନ୍ନ ଅଞ୍ଚଳର ପରିସ୍ଥିତିର ସମୀକ୍ଷା ଓ ପରିଚାଳନା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟ.ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ନିର୍ଦ୍ଧେଶକ୍ରମେ ଗଜପତି ଜିଲ୍ଲା ଗସ୍ତ କରି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସମୀକ୍ଷା କରିବା ସହ ଏହାର ସବିଶେଷ ରିପୋର୍ଟ ସେ ରିଲିଫ୍ କମିଶନରଙ୍କୁ ପ୍ରଦାନ କରିବେ ବୋଲି ସୂଚନା ମିଳିଛି.
















