ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯିବା ସହ ମୃତଦେହକୁ ପୋଡ଼ି ଦେଇଥିବା ଅଭିଯୋଗ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ମେରାମା ଗାଁର ରାମଚନ୍ଦ୍ର ମଳିକ ବୋଲି ଜଣାପଡ଼ିଛି।ସୂଚନା ଅନୁଯାୟୀ, ରାମଚନ୍ଦ୍ର ଗାଁଠାରୁ ପ୍ରାୟ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିଲେ । ସେ ଚେରମୂଳି ଔଷଧ ଦ୍ୱାରା ଲୋକଙ୍କ ଚିକିତ୍ସା କରୁଥିବା କୁହାଯାଉଛି ।
















