No Result
View All Result

ହିଞ୍ଜିଳିକାଟୁ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଓଡିଶା ସରକାରଙ୍କ ପଞ୍ଚାୟତ ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗର ନିର୍ଦ୍ଦେଶରେ ହିଞ୍ଜିଳିକାଟୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଓ ଗ୍ରାମ୍ୟ ପରିମଳ ଓ ଜଳଯୋଗାଣ ବିଭାଗ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଅବସରରେ ଶୁକ୍ରବାର ହିଞ୍ଜିଳିକାଟୁ ବ୍ଲକ୍ ବେଲଗାଁ ପଞ୍ଚାୟତରେ ଜଳ ଅର୍ପଣ ଦିବସ ଓ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ହିଞ୍ଜିଳିକାଟୁ ବିଡିଓ ସାଗରୀକା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ହିଞ୍ଜିଳିକାଟୁ ବ୍ଳକ ଅଧ୍ୟକ୍ଷା ସରସ୍ଵତୀ ସେଠି ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବା ସହ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ପଞ୍ଚାୟତରେ ଜଳ ଜୀବିକା ମିଶନ ଆନୁକୁଲ୍ୟରେ ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପରିଚାଳନାରେ ସଫଳ ରୂପାୟନ କ୍ଷେତ୍ରରେ ରାଜ୍ୟର ଏକମାତ୍ର ଗ୍ରାମ ପଞ୍ଚାୟତ ଭାବେ ହିଞ୍ଜିଳିକାଟୁ ବ୍ଲକ୍ ବେଲଗାଁ ଗ୍ରାମ ପଞ୍ଚାୟତ ପୁରସ୍କୃତ ହୋଇପାରିଛି ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ବ୍ଳକ୍ ଉପାଧ୍ୟକ୍ଷ ସୁନିଲ କୁମାର ଗନ୍ତାୟତ,

ସରପଞ୍ଚ ଲକ୍ଷ୍ମୀ ସାହୁ, ବିଧାୟକଙ୍କ ବ୍ଳକ ପ୍ରତିନିଧି ଏ. ସୁଦର୍ଶନ, ଜିଲ୍ଲା ପରିଷଦ ସଭ୍ୟା ପ୍ରିତି ସାହୁ, ସାଂସଦ ପ୍ରତିନିଧି ଶିଶିର ମିଶ୍ର, ଅତିରିକ୍ତ ତହସିଲଦାର ସୁରଜ କୁମାର ନାୟକ ବେହେରା, ପ୍ରୋବେସନାରୀ ଓଡିଶା ପ୍ରଶାସନିକ ଅଧିକାରୀଣୀ ସୋନାଲି ତ୍ରିପାଠୀ, ଗ୍ରାମ୍ୟ ପରିମଳ ଓ ପାନୀୟ ଜଳ ଯୋଗାଣ ବିଭାଗୀୟ ଭାରପ୍ରାପ୍ତ ଅଧିକ୍ଷଣ ଯନ୍ତ୍ରୀ ସିମାଞ୍ଚଳ ବେହେରା, ବେଲଗାଁ ଥାନା ଆଇଆଇସି ସ୍ମିତାଞ୍ଜଳି ପ୍ରଧାନ ପ୍ରମୁଖ ମଞ୍ଚାସିନ ଥିଲେ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷାର୍ଥୀ ମାନଙ୍କୁ ନେଇ ପାନୀୟ ଜଳର ଉତ୍ସ ଓ ଏହାର ବ୍ୟବହାର ସମ୍ପର୍କରେ ଓ ସଚେତନତା ନେଇ ପ୍ରବନ୍ଧ, ଚିତ୍ରାଙ୍କନ, ରଙ୍ଗୋଲି, ରଚନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଆୟୋଜିତ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ବାରା ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ଜଳ ସଂକଳ୍ପ, ଜଳ ଅର୍ପଣ, ଜଳ ବନ୍ଧନ ଓ ପ୍ରତ୍ୟେକ ଘରକୁ ପର୍ଯ୍ୟାପ୍ତ ପରିମାଣର ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସମ୍ପର୍କରେ ଅତିଥି ବୃନ୍ଦ ମତବ୍ୟକ୍ତ କରିବା ସହ ନିର୍ମିତ ୩୦ ହଜାର ଲିଟର କ୍ଷମତା ବିଶିଷ୍ଟ ପାଣିଟାଙ୍କିର ସଦୁପଯୋଗ ସକାଶେ ଗ୍ରାମବାସୀଙ୍କୁ ଦାୟିତ୍ଵ ହସ୍ତାନ୍ତର କରାଯାଇଥିଲା। କାର୍ଯ୍ୟକ୍ରମକୁ ଗ୍ରାମ୍ୟ ପରିମଳ ଓ ପାନୀୟ ଜଳ ଯୋଗାଣ ବିଭାଗୀୟ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ଦଳେଇ, ସନ୍ତୋଷ କୁମାର ଦାଶ, ସିପି ଦଣ୍ଡପାଣି ଦାଶ ପରିଚାଳନା କରିଥିବା ବେଳେ ବିଭାଗୀୟ କର୍ମଚାରୀ ଓ ବେଲଗାଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ କର୍ମଚାରୀଗଣ ସହଯୋଗ କରିଥିଲେ।

No Result
View All Result