
ଫୁଲବାଣୀ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ଵାଲନ୍ଦାପଡ଼ା କ୍ଲଷ୍ଟର ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ -୨୦୨୬ ଅନୁଷ୍ଠିତ ହୋଇଯାଇଛି | ସିଆରସିସି ରାଜୀବ ଦେହୁରୀଙ୍କ ତତ୍ବାବଧାନ ଓ ପ୍ରଧାନ ଶିକ୍ଷକ ତାଳଭଞ୍ଜ କହଁରଙ୍କ ସଭାପତିତ୍ବରେ ଆୟୋଜିତ ଏହି ମହୋତ୍ସବରେ ସ୍ଥାନୀୟ ୱାର୍ଡ ମେମ୍ବର ଶ୍ରୀମତୀ ପଦ୍ମା ଦିଗାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ବଟାବାହାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଉମେଶ ଚନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ।

ଆୟୋଜିତ କାର୍ଯ୍ୟକ୍ରମରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିବା ବେଳେ ଶୃତ ଲିଖନ, କୁଇଜ୍, ବକୃତା, ସଙ୍ଗୀତ, ଚିତ୍ରାଙ୍କନ ଓ ବିତର୍କ, ପିଏମ୍ ପୋଷଣ ଭଳି ପ୍ରତିଯୋଗିତା କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ପରେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ଉପସ୍ଥିତ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।
ଛାତ୍ରଛାତ୍ରୀଙ୍କ ମନୋବଳକୁ ଦୃଢ଼ କରିବା ସହ ପିଲାଙ୍କୁ ବିକଶିତ ଓ ପିଲାଙ୍କ ଲୁକ୍କାୟିତ ପ୍ରତିଭାକୁ ସର୍ବସମ୍ମୁଖରେ ପ୍ରକାଶ କରିବା ଏଭଳି କାର୍ଯ୍ୟକ୍ରମ ସହାୟକ ହୋଇଥାଏ ବୋଲି ଉପସ୍ଥିତ ଅତିଥିଗଣ କହିଥିଲେ।ଅତିସୁନ୍ଦର ଭାବରେ ରାଇଗୁଡା ପ୍ରାଥମିକ ବିଦ୍ୟାଳୟର ସହ ଶିକ୍ଷକ ଶ୍ରୀ କୁଶ ନାୟକ ମଞ୍ଚ ପରିଚାଳନା କରିଥିବା ବେଳେ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ସହଯୋଗ କରିଥିଲେ l














