• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !

ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ

Proprietor Abhimanyu Maharana by Proprietor Abhimanyu Maharana
October 13, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !
Share on FacebookShare on TwitterWhatsapp

ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ

ବାଲିଗୁଡା (ଓଡିଶା ତାଜା ନ୍ୟୁଜ ) ନି.ପ୍ର  :- ପର୍ଯ୍ୟଟନର ଆକର୍ଷଣୀୟ ସ୍ଥଳ ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ସୁରକ୍ଷା ସହ ଅପରାଧ ନିୟନ୍ତ୍ରଣକୁ ନେଇ ପୋଲିସ ଏବେ ଆକ୍ସନ ମୋଡ୍‌ରେ। ହୋଟେଲରୁ ଆରମ୍ଭ କରି ରିସର୍ଟ ଓ ରେଷ୍ଟୁରାଣ୍ଟ ପର୍ଯ୍ୟନ୍ତ ସବୁଠି ସିସିଟିଭି କ୍ୟାମେରା ଲଗାଇବା ସହ ରେକର୍ଡିଂ ସଂରକ୍ଷଣ ରଖିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ମାତ୍ର ୭ ଦିନର ସମୟସୀମା ଧାର୍ଯ୍ୟ କରାଯାଇଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ନିୟମ ପାଳନ ନକଲେ ଆଇନଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ପୋଲିସ ସ୍ପଷ୍ଟ କରିଛି ।

କନ୍ଧମାଳ ଏସପି ରାମେନ୍ଦ୍ର ପ୍ରସାଦ ଓ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଥାନା ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ତତ୍ତ୍ୱାବଧାନରେ ଏହି ପଦକ୍ଷେପ ଆରମ୍ଭ ହୋଇଛି । ପୋଲିସ ପକ୍ଷରୁ ଅଞ୍ଚଳର ବିଭିନ୍ନ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟ ଯାଞ୍ଚ କରାଯାଇ ନିର୍ଦ୍ଦେଶ ପାଳନ କରିବାକୁ ମାଲିକମାନଙ୍କୁ କୁହାଯାଇଛି । କେବଳ କ୍ୟାମେରା ଲଗାଇଲେ ହେବନି, ଫୁଟେଜ୍‌ ରଖିବା ବି ବାଧ୍ୟତାମୂଳକ ପୋଲିସର ନିର୍ଦ୍ଦେଶ ଅନୁଯାୟୀ, ହୋଟେଲ ଓ ଅନ୍ୟାନ୍ୟ ରହଣି ସ୍ଥଳରେ ସିସିଟିଭି କ୍ୟାମେରା ଲଗାଇବା ସହ ଏହାର ଭିଡିଓ ଫୁଟେଜ୍‌ ଅତିକମରେ ୧୫ ଦିନ ପର୍ଯ୍ୟନ୍ତ ସଂରକ୍ଷିତ ରଖିବାକୁ ହେବ ।

ଆବଶ୍ୟକ ସମୟରେ ତଦନ୍ତ ପାଇଁ ଏହି ଫୁଟେଜ୍‌ ପୋଲିସକୁ ସହାୟତା କରିବ। ଏଥିସହ ହୋଟେଲରେ ରାତ୍ରିଯାପନ କରୁଥିବା ପର୍ଯ୍ୟଟକଙ୍କ ପରିଚୟ ସମ୍ବନ୍ଧୀୟ ତଥ୍ୟ ଓ ଆଧାରକାର୍ଡ ସମ୍ପର୍କିତ ବିବରଣୀ ଥାନାରେ ଦାଖଲ କରିବାକୁ ମଧ୍ୟ ପୋଲିସ ପକ୍ଷରୁ କୁହାଯାଇଛି । ନିର୍ଦ୍ଦେଶ ଅନୁପାଳନର ସ୍ଥିତି ଯାଞ୍ଚ କରିବାକୁ ଆସନ୍ତା ୨୨ ତାରିଖରେ ପୁଣିଥରେ ଯାଞ୍ଚ କରାଯିବ । ଏହି ସମୟରେ ନିୟମ ଉଲ୍ଲଂଘନ ଚିହ୍ନଟ ହେଲେ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ପୋଲିସ ସୂଚନା ଦେଇଛି। ସୂଚନା ଅନୁଯାୟୀ, ପ୍ରାୟ ଦୁଇ ମାସ ମଧ୍ୟରେ ଦାରିଙ୍ଗବାଡ଼ି ଅଞ୍ଚଳରେ ଏକାଧିକ ଚୋରି ଘଟଣା ସାମ୍ନାକୁ ଆସିଛି ।

ଏହି ମାମଲା ଗୁଡ଼ିକରେ ଅଭିଯୁକ୍ତଙ୍କୁ ଧରିବା ଦିଗରେ ପୋଲିସ ସଫଳ ହୋଇପାରିନଥିବା ଅଭିଯୋଗ ରହିଛି । ଅନ୍ୟପଟେ, ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ଅଞ୍ଚଳର ଜଣେ ଯୁବକ ଦାରିଙ୍ଗବାଡ଼ିର ଏକ ହୋଟେଲରେ ରହିବା ପରେ ରେନବୋ ଜଳପ୍ରପାତ ନିକଟରେ ତାଙ୍କ ମୃତଦେହ ମିଳିବା ଘଟଣା ମଧ୍ୟ ଚର୍ଚ୍ଚାକୁ ଆସିଥିଲା । ଉକ୍ତ ଘଟଣାର ତଦନ୍ତ ସମୟରେ ପୋଲିସକୁ ସିସିଟିଭି ଫୁଟେଜ୍‌ ସଂଗ୍ରହ କରିବାରେ ଅସୁବିଧା ହୋଇଥିବା ସୂଚନା ମିଳିଛି। ଏପରି ପରିସ୍ଥିତିରେ ଅପରାଧର ତଦନ୍ତକୁ ଅଧିକ ସୁଦୃଢ଼ କରିବା, ସନ୍ଦିଗ୍ଧଙ୍କ ଗତିବିଧି ଯାଞ୍ଚ କରିବା ଏବଂ ପର୍ଯ୍ୟଟକଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସିସିଟିଭି ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି ।

କେବଳ ହୋଟେଲ ଓ ରିସର୍ଟରେ ସୀମିତ ରହିବନି ଏହି ସୁରକ୍ଷା ବ୍ୟବସ୍ଥା । ଦାରିଙ୍ଗବାଡ଼ିର ବିଭିନ୍ନ ବଜାର ଓ ଛକରେ ମଧ୍ୟ ସିସିଟିଭି କ୍ୟାମେରା ଲଗାଇବା ପାଇଁ ଯୋଜନା ହୋଇଛି । ଏଥି ନିମନ୍ତେ ହୋଟେଲ ସଂଘ, ବଣିକ ସଂଘ ଓ ପ୍ରଶାସନକୁ ନେଇ ଏକ ମିଳିତ ବୈଠକ କରାଯିବ । ସମସ୍ତଙ୍କ ସହଯୋଗରେ ବିଭିନ୍ନ ଛକ ଓ ବଜାରରେ କ୍ୟାମେରା ସ୍ଥାପନ କରିବାର ବ୍ୟବସ୍ଥା କରାଯିବ ବୋଲି ଆଇଆଇସି ସଂଗ୍ରାମ କେଶରୀ ଜେନା କହିଛନ୍ତି । ଦାରିଙ୍ଗବାଡ଼ି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳ ହୋଇଥିବାରୁ ବର୍ଷସାରା ଏଠାକୁ ପର୍ଯ୍ୟଟକଙ୍କ ଆଗମନ ଲାଗି ରହିଥାଏ । ଏଭଳି ସ୍ଥିତିରେ ସୁରକ୍ଷା ବ୍ୟବସ୍ଥାରେ କୌଣସି ଅବହେଳା ନହେବା ଏବଂ ଅପରାଧ ଘଟିଲେ ତଦନ୍ତ ପାଇଁ ଆବଶ୍ୟକ ତଥ୍ୟ ଉପଲବ୍ଧ ହେବା ଜରୁରୀ । ଏବେ ପୋଲିସର ଏହି ପଦକ୍ଷେପ କେତେଦୂର କାର୍ଯ୍ୟକାରୀ ହେଉଛି, ତାହା ଆସନ୍ତା ୨୨ ତାରିଖର ଯାଞ୍ଚ ପରେ ସ୍ପଷ୍ଟ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

October 14, 2026
ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !

October 13, 2026
କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

October 14, 2026
ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version