• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍‌; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

Proprietor Abhimanyu Maharana by Proprietor Abhimanyu Maharana
October 15, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍‌; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡିଶା ତାଜା ନ୍ୟୂଜ ) ନି.ପ୍ର  :- ଦୀର୍ଘ ୪୬ ବର୍ଷର ଅପେକ୍ଷାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ । ମହାବିଦ୍ୟାଳୟ ରେ ଛାତ୍ର ପ୍ରତିନିଧିତ୍ୱକୁ ନେଇ ନୂଆ ଅଧ୍ୟାୟ ରଚିବାକୁ ଯାଉଛି ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ । ଦୀର୍ଘ ବର୍ଷର ବ୍ୟବଧାନ ପରେ ପ୍ରଥମ ଥର ପାଇଁ ହେଉଥିବା ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ପରିସରରେ ଉତ୍ସାହ ଚରମ ସୀମାରେ ପହଞ୍ଚିଛି । ପ୍ରଚାର ପର୍ବ ଶେଷ ହୋଇଥିବା ବେଳେ ଏବେ ଭୋଟରଙ୍କ ରାୟ ଉପରେ ନଜର ରହିଛି ୩୧ ପ୍ରାର୍ଥୀଙ୍କର । କେବଳ ପଦପଦବି ହାସଲ ନୁହେଁ, ବରଂ ଛାତ୍ରଛାତ୍ରୀଙ୍କ ସ୍ୱରକୁ କଲେଜ ପ୍ରଶାସନ ନିକଟରେ ପହଞ୍ଚାଇବା ଏବଂ ସେମାନଙ୍କ ସମସ୍ୟାର ସମାଧାନ କରିବାର ଦାୟିତ୍ୱ କାହା ହାତକୁ ଯିବ, ତାହା ନିର୍ଦ୍ଧାରଣ କରିବ ଏହି ନିର୍ବାଚନ ।

ବୁଧବାର ମହାବିଦ୍ୟାଳୟର ସଭାଗୃହରେ ଆୟୋଜିତ ‘ମୁଁ କାହିଁକି ପ୍ରାର୍ଥୀ ହୋଇଛି’ କାର୍ଯ୍ୟକ୍ରମରେ ପ୍ରାର୍ଥୀମାନେ ନିଜ ନିଜର ଉଦ୍ଦେଶ୍ୟ, ଚିନ୍ତାଧାରା ଓ ଭବିଷ୍ୟତ ଯୋଜନା ଉପସ୍ଥାପନ କରିଥିଲେ । ନିର୍ବାଚନୀ ପ୍ରଚାରର ଶେଷ ପର୍ଯ୍ୟାୟରେ ଏହି ମଞ୍ଚ ପ୍ରାର୍ଥୀଙ୍କ ପାଇଁ ନିଜର ଯୋଗ୍ୟତା ଓ ଲକ୍ଷ୍ୟ ରଖିବାର ଏକ ଗୁରୁତ୍ୱପୂର୍ଣ୍ଣ ସୁଯୋଗ ପାଲଟିଥିଲା । ଛାତ୍ରଛାତ୍ରୀଙ୍କ ସ୍ୱାର୍ଥରକ୍ଷା, ଶୈକ୍ଷିକ ପରିବେଶର ଉନ୍ନତି, କ୍ରୀଡ଼ା ଓ ସହ ପାଠ୍ୟକ୍ରମ କାର୍ଯ୍ୟ କଳାପ କୁ ଅଧିକ ସକ୍ରିୟ କରିବା ସହ ମହାବିଦ୍ୟାଳୟର ବିକାଶରେ ଛାତ୍ର ପ୍ରତିନିଧିଙ୍କ ଭୂମିକାକୁ ନେଇ ପ୍ରାର୍ଥୀମାନେ ନିଜ ନିଜର ମତ ରଖିଥିଲେ। କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ତଥା ଉପଜିଲ୍ଲାପାଳ ପ୍ରଣୀତା ଦାସ, ମାଜିଷ୍ଟ୍ରେଟ୍‌ ତଥା ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ନିର୍ବାଚନ ଅଧିକାରୀ ଅଧ୍ୟାପକ ତେଜେଶ୍ୱର ନାୟକ,

ସହନିର୍ବାଚନ ଅଧିକାରୀ ଅଧ୍ୟାପକ ସରୋଜ ପାଠୀ ଓ ଅଧ୍ୟାପକ ହିମାଂଶୁ ଶେଖର ସାହୁଙ୍କ ସମେତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିଭୂତି ଭୂଷଣ ଆଚାର୍ଯ୍ୟ ଉପସ୍ଥିତ ଥିଲେ। ମହାବିଦ୍ୟାଳୟରେ ମୋଟ ୮ଟି ବିଭିନ୍ନ ପଦବି ପାଇଁ ୩୧ ଜଣ ପ୍ରାର୍ଥୀ ନିର୍ବାଚନୀ ମଇଦାନରେ ଅଛନ୍ତି। ପ୍ରକାଶିତ ପ୍ରାର୍ଥୀ ତାଲିକା ଅନୁଯାୟୀ, ସଭାପତି ପଦ ପାଇଁ ୭ ଜଣ, ଉପସଭାପତି ପଦ ପାଇଁ ୪ ଜଣ, ସାଧାରଣ ସମ୍ପାଦକ ପଦ ପାଇଁ ୪ ଜଣ, ସହସମ୍ପାଦକ ପଦ ପାଇଁ ୩ ଜଣ, ଡିଏସଏ ସମ୍ପାଦକ ପଦ ପାଇଁ ୩ ଜଣ, ଡିଏସଏ ସହସମ୍ପାଦକ ପଦ ପାଇଁ ୩ ଜଣ, କ୍ରୀଡ଼ା ସମ୍ପାଦକ ପଦ ପାଇଁ ୪ ଜଣ ଏବଂ କ୍ରୀଡ଼ା ସହସମ୍ପାଦକ ପଦ ପାଇଁ ୩ ଜଣ ପ୍ରାର୍ଥୀ ରହିଛନ୍ତି ।

ପ୍ରାର୍ଥୀଙ୍କ ସଂଖ୍ୟା ଓ ବିଭିନ୍ନ ପଦବି ପାଇଁ ପ୍ରତିଦ୍ୱନ୍ଦ୍ୱିତା ନିର୍ବାଚନକୁ ରୋଚକ କରିଛି। ଦୀର୍ଘ ବର୍ଷ ପରେ ନିର୍ବାଚନ ହେଉଥିବାରୁ ଏହା କେବଳ ଏକ ପଦବି ହାସଲର ପ୍ରତିଯୋଗିତା ନୁହେଁ, ଛାତ୍ରଛାତ୍ରୀଙ୍କ ମଧ୍ୟରେ ନେତୃତ୍ୱ ଓ ପ୍ରତିନିଧିତ୍ୱର ଭାବନାକୁ ମଜଭୁତ କରିବାର ଏକ ସୁଯୋଗ ଭାବେ ଦେଖାଯାଉଛି। ନିର୍ବାଚନ କାର୍ଯ୍ୟସୂଚୀ ଅନୁଯାୟୀ, ଗୁରୁବାର ୧୫ ତାରିଖ ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମତଦାନ ହେବ । ଏହାପରେ ଅପରାହ୍ନ ୫ଟାରେ ବିଜୟୀ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ। ଶୁକ୍ରବାର ୧୬ ତାରିଖରେ ନବନିର୍ବାଚିତ ଛାତ୍ର ପ୍ରତିନିଧିମାନେ ଶପଥ ଗ୍ରହଣ କରିବେ । ନିର୍ବାଚନ ପ୍ରକ୍ରିୟାକୁ ଅବାଧ,

ନିରପେକ୍ଷ ଓ ଶୃଙ୍ଖଳିତ ରଖିବା ପାଇଁ କଲେଜ କର୍ତ୍ତୃପକ୍ଷ ପ୍ରସ୍ତୁତି କରିଥିବା ବେଳେ ପୁଲିସ ପ୍ରଶାସନ ପକ୍ଷରୁ ମଧ୍ୟ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଲିଙ୍ଗଡୋ କମିଶନଙ୍କ ନିୟମାବଳୀକୁ କଡ଼ାକଡ଼ି ପାଳନ କରିବା ପାଇଁ ପ୍ରଶାସନ ଓ ଛାତ୍ର ସଂଗଠନ ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି । ଏବେ ସମସ୍ତଙ୍କ ନଜର ମତଦାନ ଉପରେ। ୪୬ ବର୍ଷର ଦୀର୍ଘ ବ୍ୟବଧାନ ପରେ ହେଉଥିବା ଏହି ନିର୍ବାଚନରେ ଛାତ୍ରଛାତ୍ରୀ କେଉଁମାନଙ୍କୁ ନିଜର ପ୍ରତିନିଧି ଭାବେ ବାଛୁଛନ୍ତି, ତାହା ଫଳାଫଳରୁ ସ୍ପଷ୍ଟ ହେବ । ବିଜୟୀ ପ୍ରାର୍ଥୀଙ୍କ ପାଇଁ ଏହା ଉତ୍ସବର ମୁହୂର୍ତ୍ତ ହେବା ସହ ଛାତ୍ରଛାତ୍ରୀଙ୍କ ଆଶା ଓ ଆକାଂକ୍ଷା ପୂରଣ କରିବାର ଏକ ନୂଆ ଦାୟିତ୍ୱ ମଧ୍ୟ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଫୁଲବାଣୀରେ ଦୁର୍ଗାପୂଜା ପାଇଁ ପ୍ରଶାସନର କଡ଼ା ପ୍ରସ୍ତୁତି ଡିଜେ ବାଜିବା ମନା, ସବୁ ମଣ୍ଡପରେ ଲାଗିବ ସିସିଟିଭି

ଫୁଲବାଣୀରେ ଦୁର୍ଗାପୂଜା ପାଇଁ ପ୍ରଶାସନର କଡ଼ା ପ୍ରସ୍ତୁତି ଡିଜେ ବାଜିବା ମନା, ସବୁ ମଣ୍ଡପରେ ଲାଗିବ ସିସିଟିଭି

October 15, 2026
‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍‌; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍‌; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

October 15, 2026
ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫୁଲବାଣୀରେ ଦୁର୍ଗାପୂଜା ପାଇଁ ପ୍ରଶାସନର କଡ଼ା ପ୍ରସ୍ତୁତି ଡିଜେ ବାଜିବା ମନା, ସବୁ ମଣ୍ଡପରେ ଲାଗିବ ସିସିଟିଭି

ଫୁଲବାଣୀରେ ଦୁର୍ଗାପୂଜା ପାଇଁ ପ୍ରଶାସନର କଡ଼ା ପ୍ରସ୍ତୁତି ଡିଜେ ବାଜିବା ମନା, ସବୁ ମଣ୍ଡପରେ ଲାଗିବ ସିସିଟିଭି

October 15, 2026
‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍‌; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍‌; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version