ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- କନ୍ଧମାଳରୁ ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ପାଇଁ ଚାଲିଥିବା ଯୋଜନାକୁ ପଣ୍ଡ କରିଛି କ.ନୂଆଗାଁ ପୋଲିସ । ପୋଲିସ ପେଟ୍ରୋଲିଂ ସମୟରେ ଦାରିଙ୍ଗବାଡ଼ି ଛକରୁ ଜଣେ ମହିଳାଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨୨ କେଜି ଗଞ୍ଜେଇ, ଗୋଟିଏ ମୋବାଇଲ ଫୋନ୍ ଏବଂ ନଗଦ ୫ ହଜାର ଟଙ୍କା ଜବତ କରିଛି । ପୋଲିସ ସୂଚନା ଅନୁଯାୟୀ, କ.ନୂଆଗାଁ ଥାନା ପୋଲିସ ଦଳ ପେଟ୍ରୋଲିଂ କରୁଥିବା ବେଳେ ଦାରିଙ୍ଗବାଡ଼ି ଛକରେ ଜଣେ ମହିଳା ଜରି ଅଖା ଧରି ବସ୍କୁ ଅପେକ୍ଷା କରିଥିବା ଦେଖିଥିଲା ।















