No Result
View All Result

ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଚଳିତ ବର୍ଷ ଅକ୍ଟୋବର ୨୬ ତାରିଖ ଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶ ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଆଜି ଦିବା ୧୧ ଘଟିକା ସମୟରେ ପୁରୀ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ସାଧୁତାର ଶପଥପାଠ ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଦୁର୍ନୀତି ଏକ ସାମାଜିକ ବ୍ୟାଧି । ଏହା ବିକାଶ ର ମୁଖ୍ୟ ବାଧକ । ତେଣୁ ସମ୍ମିଳିତ ଭାବେ ଜିଲ୍ଲା, ରାଜ୍ୟ ଓ ଦେଶର ଉନ୍ନତି ପାଇଁ ଦୁର୍ନୀତି ର ମୂଳୋତ୍ପାଟନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।ପରେ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ସୂଚନା ଓ ଲୋକ ସମ୍ପର୍କ ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ସମସ୍ତଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଡେପୁଟି କଲେକ୍ଟର ଅନୁସ୍ରାବ ଗନ୍ତାୟତ,ରୁନିତା ପ୍ରଧାନ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା,ସହକାରୀ ପର୍ଯ୍ୟଟନ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଜିଲ୍ଲା ସ୍ତରୀୟ ଅନ୍ୟାନ୍ୟ ଅଧିକାରୀ ଓ ସମସ୍ତ ବିଭାଗର କର୍ମଚାରୀ ପ୍ରମୁଖ ଉପସ୍ଥିତ ହୋଇ ଶପଥ ପାଠ କରିଥିଲେ । ସେହିପରି ଜିଲ୍ଲା ପରିଷଦ କାର୍ଯ୍ୟାଳୟ, ଉପ ଜିଲ୍ଲାପାଳ ଙ୍କାର୍ଯ୍ୟାଳୟ,ଅନ୍ୟାନ୍ୟ ବିଭାଗ, ଲାଇନଡିପାର୍ଟମେଣ୍ଟରେ,ସମସ୍ତ ବ୍ଲକ, ତହସିଲ କାର୍ଯ୍ୟାଳୟ ଓ ସମସ୍ତ ଶିକ୍ଷାନୁଷ୍ଠାନରେ ଏହି ଶପଥ ପାଠ କରାଯାଇଥିଲା ।

No Result
View All Result