ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୯ ତାରିଖ ଗୁରୁବାର ଦିନ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଛି। କନ୍ଧମାଳ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ବେଦଭୂଷଣ ଅକ୍ଟୋବର ୨୮ ତାରିଖରେ ଜାରି କରିଥିବା ଆଦେଶ ନଂ. ୧୧୮୬ ଅନୁଯାୟୀ, ସରକାରୀ ଓ ଘରୋଇ ବିଦ୍ୟାଳୟ ସମେତ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଶ୍ରେଣୀରେ ପାଠପଢ଼ା ବନ୍ଦ ରହିବ।
















