କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ କନ୍ଧମାଳ ଜିଲ୍ଲାରେ ପ୍ରଶାସନିକ ତତ୍ପରତା ବଢ଼ିଛି। ଧନଜୀବନର ସୁରକ୍ଷା ସହ ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟ ନେଇ ସମସ୍ତ ବିଭାଗକୁ ସଜାଗ ରଖାଯାଇଛି। ଏହି ପରିପ୍ରେକ୍ଷୀରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଦୁଇଦିନିଆ କନ୍ଧମାଳ ଗସ୍ତରେ ଆସି ବାତ୍ୟା ମୁକାବିଲା ପ୍ରସ୍ତୁତି ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଜିଲ୍ଲାରେ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ସୁରକ୍ଷା ଦୃଷ୍ଟିରୁ ୧୯୮ ଜଣ ଗର୍ଭବତୀ ମହିଳାଙ୍କୁ ମା’ ଗୃହକୁ ସ୍ଥାନାନ୍ତର କରାଯାଇଥିବାବେଳେ ୧୩ଟି ପରିବାରକୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି ।
















