ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲ୍ଲାରେ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିକୁ ନେଇ ଚାଷୀଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ବିଶେଷକରି ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଅଞ୍ଚଳରେ ବର୍ଷା ଓ ପବନ ଯୋଗୁଁ କୃଷିଜାତ ଫସଲର କ୍ଷତି ହୋଇଥିବା ଆଶଙ୍କା କରାଯାଉଛି । ଏହାର ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହ କ୍ଷୟକ୍ଷତିର ଆକଳନ ପାଇଁ କୃଷି ବିଭାଗର ଅଧିକାରୀଙ୍କ ସହ ସାଂସଦଙ୍କ କୃଷି ବିଭାଗୀୟ ପ୍ରତିନିଧି କ୍ଷେତ୍ର ପରିଦର୍ଶନ କରିଛନ୍ତି ।
















