No Result
View All Result

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୯ର ଗଦରଙ୍ଗିଆ ଘାଟି ଇରପିଗୁଡ଼ା ଛକ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ଜୀବନ ଯାଇଛି। ମୃତକ ହେଲେ ଲେଙ୍ଗାସା ମଲିକ। ସୂଚନା ଅନୁଯାୟୀ, ସୋମବାର ଅପରାହ୍ନ ପ୍ରାୟ ୪ଟା ୩୦ ମିନିଟ୍ ସମୟରେ କୋଟଗଡ଼ରୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ଦୀପକ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ଇରପିଗୁଡ଼ା ଛକ ନିକଟରେ ବୃଦ୍ଧ ଲେଙ୍ଗାସାଙ୍କୁ ଧକ୍କା ଦେଇଥିଲା ।
ବସ୍ ଧକ୍କାରେ ସେ ଗୁରୁତର ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ। ଏହି ଅଘଟଣ ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଖବର ପାଇ ବାଲିଗୁଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ କେସ୍ ନମ୍ବର ୨୮୦/୨୬ରେ ମାମଲା ରୁଜୁ କରିଛି। ଦୁର୍ଘଟଣାର ପ୍ରକୃତ କାରଣ ଏବଂ ଘଟଣାର ପରିସ୍ଥିତି ସମ୍ପର୍କରେ ପୁଲିସ ତଦନ୍ତ ଆରମ୍ଭ କରିଛି । ଘାଟି ରାସ୍ତାରେ ଦୁର୍ଘଟଣାକୁ ନେଇ ପୁଣି ଚିନ୍ତା ବଢ଼ିଥିବା ବେଳେ ଏହି ଅଘଟଣ ଅଞ୍ଚଳବାସୀଙ୍କୁ ମର୍ମାହତ କରିଛି ।

No Result
View All Result