
ପୁରୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ପୁରୀ ଜିଲ୍ଲା ସ୍କୁଲ୍ ପରିସର ମଧ୍ୟରେ ଚଳିତ ବର୍ଷ ୨୦୨୬ ର ପୁରୀ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମଗ୍ର ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକ୍ ରୁ ପ୍ରାୟ ୮୦୦ ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏହାର ଉଦ୍ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୁରୀ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ଯୋଗଦେଇ ପିଲାମାନଙ୍କ ଅନ୍ତର୍ନିହିତ ଗୁଣାବଳୀ ଏହିପରି କାର୍ଯ୍ୟକ୍ରମ ମାଧ୍ୟମରେ ପରିପ୍ରକାଶ ହୋଇଥାଏ ଓ ଏଗୁଡ଼ିକୁ କେବଳ ଶିକ୍ଷକ ଓ ଶିକ୍ଷୟିତ୍ରୀ ନୁହେଁ ଆମେ ସମସ୍ତେ ମିଳିମିଶି ଖୋଜି ବାହାର କରିବା ଆମ୍ଭମାନଙ୍କର ପ୍ରଧାନ କର୍ତ୍ତବ୍ୟ ।















