• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’: ଜିଲ୍ଲାସ୍ତରୀୟ ବକ୍ତୃତାରେ ଆଦ୍ୟାଶକ୍ତି ପ୍ରଥମ, ସଂସଦ ପ୍ରତିଯୋଗିତା ପାଇଁ ଚୟନ

Proprietor Abhimanyu Maharana by Proprietor Abhimanyu Maharana
November 10, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’: ଜିଲ୍ଲାସ୍ତରୀୟ ବକ୍ତୃତାରେ ଆଦ୍ୟାଶକ୍ତି ପ୍ରଥମ, ସଂସଦ ପ୍ରତିଯୋଗିତା ପାଇଁ ଚୟନ
Share on FacebookShare on TwitterWhatsapp

​ନୟାଗଡ଼  (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :-  କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ ‘ମାଇଁ ଭାରତ’ (MY Bharat), ନୟାଗଡ଼ ଶାଖା ଏବଂ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ସ୍ଥାନୀୟ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ – ୨୦୨୭’ ଏବଂ ଦେଶର ସଂସଦ ପାଇଁ ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି l ଦେଶ ଗଠନରେ ଯୁବଶକ୍ତିର ଦାୟିତ୍ୱ, ସଂଳାପ ଏବଂ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଯୁବ ନେତୃତ୍ୱକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ” ଏକ ଦେଶ ଏକ ନିର୍ବାଚନ “ଉପରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା l

ନୟାଗଡ଼ ମାଇଁ ଭାରତ କେନ୍ଦ୍ରର ଯୁବ ଅଧିକାରୀ ସାହିଲ କୁମାର କୁଣ୍ଡୁଙ୍କ ପୌରୋହିତ୍ୟରେ ଏବଂ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ସମାବେଶରେ ବିଶିଷ୍ଠ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାସ ଚନ୍ଦ୍ର ପଣ୍ଡା ଯୋଗଦେଇ ଯୁବପିଢ଼ି ନିଜ ବିଚାର ଓ ଦୃଷ୍ଟିକୋଣ ମାଧ୍ୟମରେ ରାଷ୍ଟ୍ରର ପ୍ରଗତିରେ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ଆହ୍ୱାନ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ସାମାଜିକ କର୍ମୀ ଅଭିଳାଷ ପଣ୍ଡା ଯୁବ ନେତୃତ୍ୱର ମହତ୍ତ୍ୱ ଓ ବିକଶିତ ଭାରତ ଗଠନରେ ସକ୍ରିୟ ନାଗରିକ ଭାବେ ଛାତ୍ରଛାତ୍ରୀଙ୍କ ଦାୟିତ୍ୱବୋଧ ଉପରେ ଆଲୋକପାତ କରିଥିଲେ l

ଅନ୍ୟତମ ଅତିଥି ଭାବେ ଗୋପାଳପୁର ଜିଲ୍ଲା ପରିଷଦ ସଭ୍ୟା ଲକ୍ଷ୍ମୀପ୍ରିୟା ତରାଇ ଏବଂ ନୟାଗଡ଼ ସ୍ୱୟଂଶାସିତ କଲେଜ ଅଧକ୍ଷ ପ୍ରକାଶ ରାଉତ ଉପସ୍ଥିତ ରହି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ l ନୟାଗଡ଼ ମାଇଁ ଭାରତର ଜିଲ୍ଲା ଯୁବ ଅଧିକାରୀ ସାହିଲ କୁମାର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ l ଏହି ଅବସରରେ କାର୍ଯ୍ୟକ୍ରମ ଅଧିକାରୀ ଅଶୋକ କୁମାର ବେହେରା ଉପସ୍ଥିତ ସମସ୍ତ ଅତିଥି ତଥା ଛାତ୍ରଛାତ୍ରୀମାନଙ୍କୁ ‘ନିଶାମୁକ୍ତ ଭାରତ’ ପାଇଁ ସାମୂହିକ ଶପଥ ପାଠ କରାଇଥିଲେ l  ​ଦେଶର ସଂସଦରେ ଅଂଶଗ୍ରହଣ ଲକ୍ଷ୍ୟରେ ଆୟୋଜିତ ଏହି ତୀବ୍ର ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ଆଦ୍ୟାଶକ୍ତି ମହାରଣା ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଅସୀମ ରଞ୍ଜନ ପଟ୍ଟନାୟକ ଦ୍ୱିତୀୟ ଏବଂ ରିପସା ତ୍ରିପାଠୀ ତୃତୀୟ ସ୍ଥାନ ହାସଲ କରିଛନ୍ତି ।

ଏହି ତିନି କୃତୀ ପ୍ରତିଯୋଗୀ ପରବର୍ତ୍ତୀ ପର୍ଯ୍ୟାୟ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ନୟାଗଡ଼ ଜିଲ୍ଲାକୁ ପ୍ରତିନିଧିତ୍ୱ କରିବା ପାଇଁ ମନୋନୀତ ହୋଇଛନ୍ତି l ରାଜ୍ୟସ୍ତରରେ ବିଜୟୀ ହେବା ପରେ ଏମାନେ ନୂଆଦିଲ୍ଲୀସ୍ଥିତ ସଂସଦରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରୀୟ ସଂଳାପରେ ଅଂଶଗ୍ରହଣ କରିବାର ସୁଯୋଗ ଲାଭ କରିବେ l ​ପ୍ରତିଯୋଗିତାରେ ବିଚାରକ ଭାବେ ଗବେଷକ ଚନ୍ଦ୍ରବିଜୟୀ ମିଶ୍ର, ମହାବିଦ୍ୟାଳୟର ଅଧ୍ୟାପିକା ଦୀପନିତା କର,ଆଇନଜୀବୀ ସାସ୍ୱତୀ ମୋନାଲି, ମାଇଁ ଭାରତର ନିମନ୍ତ୍ରୀତ ସଦସ୍ୟ କୁଶ ଡାକୁଆ ଏବଂ ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ଦାୟିତ୍ୱ ନିର୍ବାହ କରିଥିଲେ। ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ମଞ୍ଚ ପରିଚାଳନା ସୁଚାରୁ ରୂପେ ସମ୍ପାଦନ କରିଥିଲେ l କାର୍ଯ୍ୟକ୍ରମରେ ବିପୁଳ ସଂଖ୍ୟାରେ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ବୁଦ୍ଧିଜୀବୀ ଉପସ୍ଥିତ ରହି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

November 10, 2026
ଡକ୍ଟରେଟ୍ ସମ୍ମାନ ପାଇବେ ସାହିତ୍ୟିକ ହରିଶ ପ୍ରଧାନ

ଡକ୍ଟରେଟ୍ ସମ୍ମାନ ପାଇବେ ସାହିତ୍ୟିକ ହରିଶ ପ୍ରଧାନ

November 10, 2026
ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’: ଜିଲ୍ଲାସ୍ତରୀୟ ବକ୍ତୃତାରେ ଆଦ୍ୟାଶକ୍ତି ପ୍ରଥମ, ସଂସଦ ପ୍ରତିଯୋଗିତା ପାଇଁ ଚୟନ

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’: ଜିଲ୍ଲାସ୍ତରୀୟ ବକ୍ତୃତାରେ ଆଦ୍ୟାଶକ୍ତି ପ୍ରଥମ, ସଂସଦ ପ୍ରତିଯୋଗିତା ପାଇଁ ଚୟନ

November 10, 2026
VAML Expands Women’s Livelihood Initiatives in Kalahandi with New Tailoring Training Centre

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

November 10, 2026
ଡକ୍ଟରେଟ୍ ସମ୍ମାନ ପାଇବେ ସାହିତ୍ୟିକ ହରିଶ ପ୍ରଧାନ

ଡକ୍ଟରେଟ୍ ସମ୍ମାନ ପାଇବେ ସାହିତ୍ୟିକ ହରିଶ ପ୍ରଧାନ

November 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version