ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ନୟାଗଡ଼ ଅନ୍ତର୍ଗତ ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ଜାତୀୟ ଶକ୍ତି ସଂରକ୍ଷଣ ଦିବସ”( National Energy conservation Day) ଉପଲକ୍ଷେ ଏକ ବିଦ୍ୟାଳୟ ସ୍ତରୀୟ (Quiz) ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ବିଦ୍ୟାଳୟର ଅଷ୍ଟମ,ନବମ ଏବଂ ଦଶମ ଶ୍ରେଣୀର ବହୁ ସଂଖ୍ୟକ ଛାତ୍ର ଛାତ୍ରୀ ଉତ୍ସାହର ସହ ଅଂଶ ଗ୍ରହଣ କରିଥିଲେ । ଉକ୍ତ ପ୍ରତିଯୋଗିତରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଶ୍ରେଷ୍ଠ ଦଶଜଣ ଛାତ୍ରଛାତ୍ରୀଙ୍କୁ ବ୍ଲକ୍ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ କରାଯାଇଛି ।
















