ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ସରକାରୀ ଆବାସ ଗୃହ ନିର୍ମାଣ କାର୍ଯ୍ୟର ସମୀକ୍ଷା କରୁଥିବା ବେଳେ ଜଣେ ସରକାରୀ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି । ଏହି ଘଟଣାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ରାଣୀପଙ୍ଗା ପଞ୍ଚାୟତ ଅନ୍ତର୍ଗତ ପାଙ୍ଗାଲି ଗ୍ରାମର ଜଣେ ମେଟ୍ ଆମନ ପ୍ରଧାନଙ୍କୁ କୋଟଗଡ଼ ପୁଲିସ ଗିରଫ କରିଛି । ଗିରଫ ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ଜେଲ୍ ଯାଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, କୋଟଗଡ଼ ବ୍ଲକ ରାଣୀପଙ୍ଗା ପଞ୍ଚାୟତର ଗୁହେରଗାଁ, ପାଙ୍ଗାଲି ଓ ରାଣୀପଙ୍ଗା ଗ୍ରାମରେ ଚାଲିଥିବା ଆବାସ ଗୃହ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଓ ସ୍ଥିତି ସମୀକ୍ଷା କରିବାକୁ ଯାଇଥିଲେ ଏଡିଓ ଆନନ୍ଦ ବେହେରଦଳେଇ ଓ ପିଇଓ ରଞ୍ଜନ ପ୍ରଧାନ ।
















