
ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ପବିତ୍ର ଦୀପାବଳି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ମା’ ଶ୍ୟାମା କାଳୀଙ୍କ ପୂଜା ମହାଆଡ଼ମ୍ବର ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରମ୍ପରିକ ବିଧିବିଧାନ ଓ ଶାସ୍ତ୍ରୀୟ ରୀତିନୀତି ଅନୁଯାୟୀ ଦକ୍ଷ ପୂଜକ ଓ ପୁରୋହିତଙ୍କ ଦ୍ୱାରା ମା’ଙ୍କ ପୂଜାର୍ଚ୍ଚନା, ହୋମଯଜ୍ଞ ଓ ବିଭିନ୍ନ ଧାର୍ମିକ କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ମା’ଙ୍କ ଦର୍ଶନ ଓ ଆଶୀର୍ବାଦ ଲାଭ ପାଇଁ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ଭକ୍ତି ଓ ଉତ୍ସାହ ପରିଲକ୍ଷିତ ହୋଇଥିଲା।















