ଓଡ଼ିଶା ତାଜା ନ୍ୟୁଜ (୦୭ ଅକ୍ଟୋବର ବୁଧବାର ) ଭୁବନେଶ୍ଵର /ରିପୋର୍ଟ ଅଭିମନ୍ୟୁ :- ଭୁବନେଶ୍ଵର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଏ ନେଇ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍ ଅଏଲର ଅଧିକାରୀ ମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଏଥିସହ ସେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ରାଜଭବନର ୨ କିମି ପରିମିତ ଅଞ୍ଚଳରେ ଲୋକଙ୍କ ପାଇଁ ଜରୁରୀ ସୂଚନା ଜାରି କରିଛି ପ୍ରଶାସନ । ସନ୍ଧ୍ୟା ଯାଏଁ ଘରୁ ନ ବାହାରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି ।