ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- ବାଲିଗୁଡ଼ା ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ଅପରାହ୍ନରେ ହଠାତ୍ ତାଙ୍କର ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେବାରୁ ତାଙ୍କୁ ତୁରନ୍ତ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏଠାରେ ଡାକ୍ତରମାନେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିବା ସହ ଚିକିତ୍ସା ଆରମ୍ଭ କରିଥିଲେ । ସୂଚନା ଅନୁଯାୟୀ, କିଛିଦିନ ପୂର୍ବରୁ ମଧ୍ୟ ଶ୍ରୀ ପ୍ରଧାନ ଅସୁସ୍ଥ ହୋଇପଡ଼ିଥିଲେ । ସେତେବେଳେ ତାଙ୍କୁ ଭୁବନେଶ୍ୱରର ଏକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା । ସେଠାରେ ସୁସ୍ଥ ହେବା ପରେ ସେ ବାଲିଗୁଡ଼ା ଫେରିଥିଲେ । ମାତ୍ର ପୁଣିଥରେ ଅସୁସ୍ଥତା ଅନୁଭବ କରିବା ସହ ଶ୍ୱାସକ୍ରିୟାରେ କଷ୍ଟ ହେବାରୁ ତାଙ୍କୁ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା ।
















