ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- ବହୁଚର୍ଚ୍ଚିତ ଏ ସି ଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅଭିଯୁକ୍ତ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ। ତାଙ୍କୁ ସରକାରୀ ଚାକିରିରୁ ନିଲମ୍ବନ କରାଯାଇଛି। ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ଏହି ନିଲମ୍ବନ ଆଦେଶ ଜାରି କରିଛନ୍ତି । ପାରଳାଖେମୁଣ୍ଡି ଥାନା ଆଇ ଆଇ ସି ଏବଂ ଏସ ଡି ଯେ ଏମ୍ କୋର୍ଟଙ୍କ ପକ୍ଷରୁ ଆସିଥିବା ଚିଠି ଆଧାରରେ ଏହି ପଦକ୍ଷେପ ନିଆଯାଇଛି।ସୂଚନା ଅନୁଯାୟୀ, ବିଦ୍ୟାଭାରତୀ ପଣ୍ଡା ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ୍ର ଶାଳଚୁଆ ପଶୁଧନ ସେବା କେନ୍ଦ୍ରରେ ଲାଇଭଷ୍ଟକ ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ଥିଲେ । ତେବେ ଏ ସି ଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ନାଁ ଆସିବା ପରେ ଏବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସୁଚନା ଯୋଗ୍ୟ ଏହିକି ଯେ , ୨୦୨୧ ଜୁଲାଇ ୧୧ ତାରିଖ ରାତିରେ ପାରଳାଖେମୁଣ୍ଡି ସ୍ଥିତ ସରକାରୀ କ୍ୱାର୍ଟର୍ସରେ ଏ ସି ଏଫ୍ ସୌମ୍ୟରଞ୍ଜନ ମହାପାତ୍ର ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ।
















