ଖଜୁରୀପଡ଼ା (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- ଖଜୁରୀପଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ସୋମବାର ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଶ୍ରୀ ବେଦଭୂଷଣଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ଜନସାଧାରଣଙ୍କ ଠାରୁ ସେମାନଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଗ୍ରହଣ କରିବା ସହ ଶୁଣାଣି କରିଥିଲେ।ଶିବିରରେ ମୋଟ ୩୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି (CMRF) ସହାୟତା ସମ୍ପର୍କିତ ୧ଟି, ଗୋଷ୍ଠୀଗତ ସମସ୍ୟା ନେଇ ୬ଟି ଏବଂ ବ୍ୟକ୍ତିଗତ ସମସ୍ୟା ସମ୍ପର୍କିତ ୨୩ଟି ଅଭିଯୋଗ ରହିଥିଲା।
















