ଓଡ଼ିଶା ତାଜା ନ୍ୟୁଜ ( ୦୯ ଅକ୍ଟୋବର ଶୁକ୍ରବାର ) ଗଞ୍ଜାମ :- ଗାନ୍ଧୀ ଜୟନ୍ତୀ ଦିନ ଠାରୁ ବି ଜେ ଡି ର ଜନ ସମ୍ପର୍କ ପଦଯାତ୍ରା ବଦଳରେ କୋରନା ସଚେତନତା କାର୍ଯ୍ୟକ୍ରମ ଚାଲୁରହିଛ । ସେହି କ୍ରମରେ ଆଜି ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁରୁ ପାଞ୍ଚାୟତର ଖଣ୍ଡୁରୁ ଗ୍ରାମରେ ବିଜୁ ଜନତା ଦଳ ପକ୍ଷରୁ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ଅକ୍ଟୋବର ୨ ତାରିଖରୁ ଏକମାସ ଧରି ସାରା ରାଜ୍ୟରେ କରୋନା
ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ପରିପ୍ରେକ୍ଷୀରେ ସ୍ଥାନୀୟ ବିଧାୟକ ତଥା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ନେତୃତ୍ୱରେ ଖଣ୍ଡୁରୁ ପାଞ୍ଚାୟତରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଧାୟକ ବିଭିନ୍ନ ବ୍ୟକ୍ତିଙ୍କୁ ମାସ୍କ ପିନ୍ଧାଇ କରୋନା ସଂକ୍ରମଣ ନେଇ ସଚେତନ କରାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ସମ୍ପାଦକ ଅଶୋକ କୁମାର ବିଷୋୟୀ , ଜିଲ୍ଲା ପରିଷଦ ସଦସ୍ୟ ଜଗନ୍ନାଥ ବେହେରା , ଖଣ୍ଡୁରୁ ସରପଞ୍ଚ ରଞ୍ଜିତ ବାରିକଙ୍କ ସମେତ ବହୁ ଦଳୀୟ କର୍ମୀ ଓ ସମର୍ଥକ ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କୁ ମହିଳା ମାନେ ହୁଳହୁଳି ଦେଇ ବନ୍ଦାପନା କରିବା ସହିତ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ( ରିପୋର୍ଟ : ଶେଷଦେବ ସାହୁ )