No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୧ ନଭେମ୍ବର ବୁଧବାର )ନୂଆଦିଲ୍ଲୀ :– ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ ମିଳିଛି । ଅର୍ଣ୍ଣବଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଥମେ ଅର୍ଣ୍ଣବ ଗୋସ୍ୱାମୀଙ୍କ ମଧ୍ୟବର୍ତ୍ତୀ କାଳୀନ ଜାମିନ ବମ୍ୱେ ହାଇକୋର୍ଟ ନାମଞ୍ଜୁର କରିବା ପରେ ସୁପ୍ରିମକୋର୍ଟରେ ପହଞ୍ଚିଛିଥିଲା ମାମଲା । ଜଷ୍ଟିସ୍ ଡି ଚନ୍ଦ୍ରଚୁଡ ଏବଂ ଜଷ୍ଟିସ୍ ଇନ୍ଦିରା ବାନାର୍ଜୀଙ୍କ ଦ୍ୱାରା ଗଠିତ ଦୁଇ ଜଣିଆ ବେଞ୍ଚ ଏହି ମାମଲାର ଆଜି ଶୁଣାଣି କରି ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ମଞ୍ଜୁର କରିଛନ୍ତି ।
ଆଜି ସୁପ୍ରିମକୋର୍ଟରେ ଅର୍ଣ୍ଣବଙ୍କ ଜାମିନ ଆବେଦନର ଶୁଣାଣି ସମୟରେ ବମ୍ବେ ହାଇକୋର୍ଟ ଉପରେ ଜଷ୍ଟିସ ଚନ୍ଦ୍ରଚୁଡ଼ ଅସନ୍ତୋଷ ପ୍ରକାଶ କରିଛନ୍ତି । ସେ କହିଛନ୍ତି ବମ୍ୱେ ହାଇକୋର୍ଟ ନିଜ ଆଦେଶରେ ୫୦ରୁ ଅଧିକ ପୃଷ୍ଠାର ରାୟ ଦେଇଛନ୍ତି । ହେଲେ ଅର୍ଣ୍ଣବ ଗୋସ୍ୱାମୀଙ୍କ ବିରୋଧରେ ଅପରାଧ କଣ ରହିଛି ଉଲ୍ଲେଖ କରି ନାହାନ୍ତି । ଯାହାକୁ ନେଇ ଜଷ୍ଟିସ୍ ଡି ଚନ୍ଦ୍ରଚୁଡ ଅସନ୍ତୋଷ ପ୍ରକାଶ କରିଛନ୍ତି । ( ଚିଫ୍ ଏଡିଟର୍ – ସ୍ୱରୁପ ଦାସ୍ )
No Result
View All Result