ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର ୧୬ ଜାନୁଆରୀ୨୦୨୦ : – ଆଜି ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି-୯ ଙ୍କର ଷଷ୍ଠ ବୈଠକ ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୫ରେ ଅନୁଷ୍ଠିତ ଏହି ବୈଠକରେ ଗ୍ରାମ୍ୟ ଉନ୍ନୟନ ବିଭାଗର କାର୍ଯ୍ୟାବଳୀ, ବିଭାଗରେ କାର୍ଯ୍ୟାୟକାରୀ ହେଉଥିବା ବିଭିନ୍ନ ଯୋଜନାର କାର୍ଯ୍ୟାନ୍ୱୟନ ଓ ଭବିଷ୍ୟତର ରୋଡ୍ ମ୍ୟା ପ୍ ପ୍ରସ୍ତୁତି ସଂ ପର୍କରେ ପୁଙ୍ଖାନୁ ପୁଙ୍ଖ ଆଲୋଚନା ହୋଇଥିଲା । ଏହି ବୈଠକରେ କମିଟିର ସଭ୍ୟଙ୍କ ସମେତ ଗ୍ରାମ୍ୟ ଉନ୍ନୟନ ବିଭାଗର ବରିଷ୍ଠ ପଦାଧିକାରୀ ପ୍ରମୁଖ ଉ ପସ୍ଥିତ ଥିଲେ ।