ଆଡମ୍ବର ପୂର୍ଣ୍ଣ ସମ୍ବର୍ଦ୍ଧନା ଉତ୍ସବରେ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବେହେରାଙ୍କ ସମେତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଖଲ୍ ଚନ୍ଦ୍ର ପରମାଣିକ ଏବଂ ଲେବଲ୍-୩ ପ୍ରଧାନ ଶିକ୍ଷକ ଭାବେ ପଦୋନ୍ନତି ପାଇଥିବା ଗାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁଷମା ନନ୍ଦ, ଖଇରପୁଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା, ପାଲକଷଣ୍ଢା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୂର୍ଯ୍ୟମଣୀ ବେହେରା ଏବଂ କେ. ନୂଆଁଗଡ ନୋଡ଼ାଲ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ଶତପଥିଙ୍କୁ କ୍ଲଷ୍ଟର୍ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା I ( ରିପୋର୍ଟ ଶେଷଦେବ ସାହୁ )© 2023 Odisha Taza News.