• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଵିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଭାଷଣ : ବିଜୁ ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟକାରୀଣୀ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
December 19, 2020
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ଵିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଭାଷଣ : ବିଜୁ ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟକାରୀଣୀ ବୈଠକ
Share on FacebookShare on TwitterWhatsapp

ବିଜୁ ଜନତା ଦଳ ଓଡିଶାବାସୀଙ୍କ ବଳ – ଶ୍ରୀ ନବୀନ ପଟ୍ଟନାୟକ

 1.ଯୁବ ଶକ୍ତି ହେଉଛି ରାଷ୍ଟ୍ରର ସବୁଠାରୁ ବଡ ଶକ୍ତି । ତେଣୁ ଆପଣମାନଙ୍କ ଜରିଆରେ ଓଡିଶାର ଯୁବ ବନ୍ଧୁ ମାନଙ୍କୁ ମୋ ମନ କଥା କହୁଛି। ଆମ ଓଡିଶା ସ୍ବତନ୍ତ୍ର (Unique) କାହିଁକି ?

2.ଜାତୀୟ ଦଳର ମୁଖ୍ୟ ଲକ୍ଷ୍ୟ କଣ ?

3.ଜାତୀୟ ଦଳର ରାଜ୍ୟ ନେତୃତ୍ବର ମୁଖ୍ୟ ଲକ୍ଷ୍ୟ କଣ ?

ଓଡ଼ିଶା ତାଜା ନ୍ୟୁଜ (୧୮ ଡିସେମ୍ବର ଶୁକ୍ରବାର)ଭୁବନେଶ୍ୱର :- ଵିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଭାଷଣ ବିଜୁ ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟକାରୀଣୀ ବୈଠକକୁ ମୁଁ ଆପଣମାନଙ୍କୁ ସ୍ବାଗତ କରୁଛି । ଯୁବ ଶକ୍ତି ହେଉଛି ରାଷ୍ଟ୍ରର ସବୁଠାରୁ ବଡ ଶକ୍ତି । ତେଣୁ ଆପଣମାନଙ୍କ ଜରିଆରେ ଓଡିଶାର ଯୁବ ବନ୍ଧୁ ମାନଙ୍କୁ ମୋ ମନ କଥା କହୁଛି। ଆମ ଓଡିଶା ସ୍ବତନ୍ତ୍ର (Unique) କାହିଁକି ? ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ – ସେଥିପାଇଁ ଓଡିଆ ଭାଷା ସ୍ବତନ୍ତ୍ର । ଆମ କଳା, ସଂସ୍କୃତି ଓ ଐତିହ୍ୟ ସ୍ବତନ୍ତ୍ର । ଜଗନ୍ନାଥ ମହାପ୍ରଭୁ ହେଉଛନ୍ତି ସ୍ବତନ୍ତ୍ର । ତାଙ୍କ ପୂଜା, ତାଙ୍କ ସଂସ୍କୃତି ହେଉଛି ଆମ ଜୀବନ ଧାରା । ମହାନଦୀ ଆମ ଜୀବନ ରେଖା । ମହାନଦୀର ପାଣି ପ୍ରତି ଓଡିଆଙ୍କ ଦେହରେ ଆଶୀର୍ବାଦ ହୋଇ ବହିଚାଲିଛି । ଆମ ଓଡିଶା ପ୍ରଚୁର ଖଣିଜ ସଂପଦରେ ଭରପୂର। ଆମର ସମୃଦ୍ଧ ଓ ବିବିଧ ଆଦିବାସୀ ସଂସ୍କୃତି ହେଉଛି ଆମର ଶକ୍ତି। ଓଡିଶା ଏକ ସ୍ବତନ୍ତ୍ର ପରିଚୟ ହୋଇ ରହିଛି । ଓଡିଶାର ଏହି ସ୍ବତନ୍ତ୍ରତାର ସୁରକ୍ଷା ପାଇଁ ଆମ ପୂର୍ବପୁରୁଷ ମାନେ ଅନେକ ତ୍ୟାଗ କରିଛନ୍ତି । ଆମ ପାଇଁ ଲଢେଇ କରି ଆମକୁ ସ୍ବତନ୍ତ୍ର ରାଜ୍ୟ ଦେଇଛନ୍ତି । ଜାତୀୟ ଦଳର ମୁଖ୍ୟ ଲକ୍ଷ୍ୟ କଣ ?

ନିର୍ବାଚନ ଜିତିବା । କ୍ଷମତା ଅଧିକାର କରିବା ଏବଂ କେନ୍ଦ୍ରରେ ସରକାର ଗଢିବା । ଜାତୀୟ ଦଳର ରାଜ୍ୟ ନେତୃତ୍ବର ମୁଖ୍ୟ ଲକ୍ଷ୍ୟ କଣ ? ସେମାନଙ୍କର ମୂଳ ଲକ୍ଷ୍ୟ ହେଲା, ଜାତୀୟ ନେତୃତ୍ବକୁ ଖୁସି କରିବା ଏବଂ ମନ୍ତ୍ରୀ ହେବା ବା କିଛି ବଡ ପଦବୀ ପାଇବା । ଇତିହାସ କହୁଛି ଯେ ଜାତୀୟ ଦଳର ମୁଖ୍ୟ ଲକ୍ଷ୍ୟ ହେଉଛି – Mainstreaming agenda. କେବଳ ଏହି mainstreaming ଜରିଆରେ ହିଁ ସେମାନେ ଅଧିକ ଭୋଟ ପାଇପାରିବେ । ଏଥିପାଇଁ ସେମାନଙ୍କର ନୀତି (strategy) ହେଉଛି ଗୋଟିଏ ଭାଷା – ହିନ୍ଦୀ । ଗୋଟିଏ ସଂସ୍କୃତି । ଗୋଟିଏ ନୀତି, ଯାହାକୁ ବଡ ବଡ ରାଜ୍ୟ ମାନଙ୍କ ପାଇଁ ସୁବିଧା ହେବ। ଏବଂ ତା ପରେ ସେମାନେ ଅନ୍ୟ ରାଜ୍ୟ ମାନଙ୍କର ସ୍ବତନ୍ତ୍ର ପରିଚୟକୁ ଅଣଦେଖା କରି ସେହି ନୀତିକୁ ସମସ୍ତଙ୍କ ଉପରେ ଲଦି ଦିଅନ୍ତି। ଜାତୀୟ ଦଳମାନେ ଜାତୀୟ ସ୍ତରରେ ନିଜ ସ୍ବାର୍ଥ ପାଇଁ ରାଜ୍ୟ ମାନଙ୍କର ସ୍ବତନ୍ତ୍ର ଆବଶ୍ୟକତା ସହିତ compromise କରିଥାନ୍ତି । ଆମ ପାଇଁ ଆମ ଭାଷା ଓଡିଆ, ହିନ୍ଦୀ ଠାରୁ ଅଧିକ ଗୁରୁତ୍ବପୂର୍ଣ୍ଣ । ଆମ ପାଇଁ ମହାନଦୀ ଅନ୍ୟ ନଦୀ ଠାରୁ ଅଧିକ ପବିତ୍ର । ଆମ ପାଇଁ ଓଡିଶୀ ସଙ୍ଗୀତ ହେଉଛି ଶାସ୍ତ୍ରୀୟ ସଂଗୀତ ।

ଆମ ପାଇଁ କୋଶଳୀ ଓ ହୋ ଭାଷା ହେଉଛି ପ୍ରମୁଖ ଭାଷା । ଆମ ପାଇଁ ଆଦିବାସୀ ମାନଙ୍କର ସମୃଦ୍ଧ ବିବିଧତା ଆମର ଶକ୍ତି। ଆମ ପାଇଁ ସମ୍ବଲପୁରୀ ହସ୍ତତନ୍ତ ହେଉଛି ବିଶ୍ବସ୍ତରୀୟ । କିନ୍ତୁ, ଗୋଟିଏ ଜାତୀୟ ଦଳ ପାଇଁ ଏହାର କିଛି ମୂଲ୍ୟ ନାହିଁ । ଆମର ସ୍ବତନ୍ତ୍ର ଐତିହ୍ୟର ସୁରକ୍ଷା ପାଇଁ ଜାତୀୟ ଦଳର ରାଜ୍ୟ ନେତା ମାନଙ୍କର voice ନାହିଁ । ଏବଂ ଜାତୀୟ ଦଳର centralised hierarchyରେ ଏ ବିଷୟରେ ଉଠାଇବା ପାଇଁ ଇଚ୍ଛା ବି ନାହିଁ । ରାଜ୍ୟର କଂଗ୍ରେସ ସରକାର ସବୁବେଳେ ଦିଲ୍ଲୀରୁ ରିମୋଟ କଣ୍ଟ୍ରୋଲ ଦ୍ବାରା ଚାଲୁଥିଲା । ବିଜେପି ଶାସିତ ରାଜ୍ୟ ମାନେ ମଧ୍ୟ ସେମାନଙ୍କ ଜାତୀୟ ନେତୃତ୍ବର ନିର୍ଦ୍ଦେଶରେ କାମ କରୁଛନ୍ତି । ଏହାକୁ ଗୋଟିଏ ଆଞ୍ଚଳିକ ଦଳ ଦ୍ବାରା ପରିଚାଳିତ ଓଡିଶା ସହିତ ତୁଳନା କରନ୍ତୁ । ବିଜୁ ଜନତା ଦଳ ଗୋଟିଏ ଆଞ୍ଚଳିକ ଦଳ ଭାବରେ ଓଡିଶାର ସ୍ବତନ୍ତ୍ର ପରିଚୟର ପ୍ରଚାର ଓ ପ୍ରସାର ପାଇଁ କାମ କରୁଛି । ଆମର ଦିଲ୍ଲୀରେ କେହି boss ନାହାନ୍ତି । ଓଡିଶାବାସୀ ହେଉଛନ୍ତି ଆମର boss । ଆମେ କେବଳ ଓଡିଶାବାସୀଙ୍କ ପାଇଁ କାମ କରୁଛୁ ଓ ସେମାନଙ୍କ ଅଧିକାର ପାଇଁ କାମ କରୁଛୁ । ମହାନଦୀ ପାଣି ପାଇଁ ଆମେ ଲଢେଇ କରୁଛୁ । ଆମେ ଓଡିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ପାଇଁ ଲଢେଇ କରୁଛୁ । କୋଶଳୀ ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ସିଡୁଲରେ ସାମିଲ କରିବା ପାଇଁ ଲଢେଇ କରୁଛୁ ।

ଓଡିଶାର ଖଣିଜ ସଂପଦର ଲାଭ ଯେପରି ଓଡିଶା ଓ ଓଡିଶାବାସୀ ପାଇବେ, ସେଥିପାଇଁ ଆମେ ଲଢେଇ କରୁଛୁ । ପ୍ରାୟ ପ୍ରତି ବର୍ଷ ଓଡିଶା ବଡ ବଡ଼ ପ୍ରାକୃତିକ ବିପର୍ଯ୍ୟୟର ସାମନା କରୁଛି । ଆମର ସ୍ବତନ୍ତ୍ର ଭୌଗଳିକ ଅବସ୍ଥିତି ପାଇଁ ଏହା ଘଟୁଛି । ଉଭୟ ଜାତୀୟ ଦଳ, ବିଜେପି ଓ କଂଗ୍ରେସ, ସେମାନଙ୍କ manifestoରେ special category statusକୁ ଏକ ନମ୍ବରରେ ରଖିଥିଲେ। କିନ୍ତୁ ନିର୍ବାଚନ ପରେ ଏହି ଦାବୀକୁ ସହଜରେ ଭୁଲିଗଲେ । କିନ୍ତୁ ବି.ଜେ.ଡି ଏଥିପାଇଁ ଲଢେଇ ଜାରି ରଖିବ। ଓଡିଶା ପ୍ରତି କେନ୍ଦ୍ରର ବୈମାତୃକ ବ୍ୟବହାର ବିଷୟ ସବୁବେଳେ ଉଠାଇବ । ଗୋଟିଏ ସ୍ବତନ୍ତ୍ର ରାଜ୍ୟ ଗଠନର ଲକ୍ଷ୍ୟ ହେଉଛି – ଓଡିଶାର ସ୍ବତନ୍ତ୍ର ପରିଚୟର ସୁରକ୍ଷା ଏବଂ ଓଡିଶାବାସୀଙ୍କ ସ୍ବାର୍ଥ ପାଇଁ ଲଢେଇ । ଗୋଟିଏ ଆଞ୍ଚଳିକ ଦଳ ହିଁ ରାଜ୍ୟର ଲୋକମାନଙ୍କ ପାଇଁ ଲଢେଇ କରେ । ବିଜୁ ଜନତା ଦଳ ଗୋଟିଏ ଆଞ୍ଚଳିକ ଦଳ ଭାବରେ ସ୍ବତନ୍ତ୍ର ଓଡିଶା ଗଠନ ସମୟର ଆଶା ଓ ଆଦର୍ଶର ପ୍ରତୀକ ହୋଇଯାଇଛି । ମୋର ଏହି ବାର୍ତ୍ତା କେବଳ ଆପଣ ମାନଙ୍କ ପାଇଁ ନୁହେଁ । ଏହା ସାରା ଓଡିଶାର ଯୁବ ସମାଜ ପାଇଁ । ସାରା ଓଡିଶାର ଭବିଷ୍ୟତ ପୀଢି ପାଇଁ । ମୋ କଥା ଭଲ ଭାବରେ ମନେ ରଖନ୍ତୁ । କେବଳ ଗୋଟିଏ ଆଞ୍ଚଳିକ ଦଳ ହିଁ ଓଡିଶାର ଯୁବ ସମାଜର ଆଶା ଓ ଅଭିଳାଷ ପୂରଣ କରିପାରିବ । କେବଳ ଗୋଟିଏ ଆଞ୍ଚଳିକ ଦଳ ହିଁ ଓଡିଶାର ସ୍ବତନ୍ତ୍ର ପରିଚୟକୁ ସୁରକ୍ଷା ଦେଇପାରିବ। ନଚେତ୍‌, ଜାତୀୟ ଦଳ ମାନେ ଆପଣଙ୍କୁ ମହାସାଗରର ଗୋଟିଏ ଛୋଟ ଜଳବିନ୍ଦୁ କରି ହଜାଇ ଦେବେ । ବିଜୁ ଜନତା ଦଳ ଓଡିଶାବାସୀଙ୍କ ବଳ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version