• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଜ ଗୋଡରେ ଠିଆ କରିବାକୁ ହେଲେ ଋଣ ହିଁ ପ୍ରଥମ ଆବଶ୍ୟକତା ; ଭଲ ପ୍ରଦର୍ଶନ କରୁଥିବା ଜିଲ୍ଲା ଓ ବ୍ୟାଙ୍କର ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

Proprietor Abhimanyu Maharana by Proprietor Abhimanyu Maharana
December 22, 2020
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ନିଜ ଗୋଡରେ ଠିଆ କରିବାକୁ ହେଲେ ଋଣ ହିଁ ପ୍ରଥମ ଆବଶ୍ୟକତା ; ଭଲ ପ୍ରଦର୍ଶନ କରୁଥିବା ଜିଲ୍ଲା ଓ ବ୍ୟାଙ୍କର ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କୃଷକ, ମିଶନ ଶକ୍ତି ଓ MSMEକୁ ଋଣ ପ୍ରଦାନ ସଂପର୍କରେ ଜିଲ୍ଲାପାଳ ଓ ବ୍ୟାଙ୍କର ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଓ MSME ମାନେ ହିଁ ଆମର ଲକ୍ଷ ଲକ୍ଷ ଉଦ୍ୟୋଗୀ, ସେମାନଙ୍କୁ ନିଜ ଗୋଡରେ ଠିଆ କରିବାକୁ ହେଲେ ଋଣ ହିଁ ପ୍ରଥମ ଆବଶ୍ୟକତା – ମୁଖ୍ୟମନ୍ତ୍ରୀ ଭଲ ପ୍ରଦର୍ଶନ କରୁଥିବା ଜିଲ୍ଲା ଓ ବ୍ୟାଙ୍କର ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, ଖରାପ ପ୍ରଦର୍ଶନ ଜିଲ୍ଲା ଓ ବ୍ୟାଙ୍କର ମାନଙ୍କୁ ଋଣ ପ୍ରଦାନ ତ୍ବରିତ କରିବାକୁ ପରାମର୍ଶ ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କ ମାନଙ୍କୁ ପୁରସ୍କୃତ କରାଯିବ ଭୁବନେଶ୍ବର 

ଓଡ଼ିଶା ତାଜା ନ୍ୟୁଜ (୨୨ ଡିସେମ୍ବର ମଙ୍ଗଳବାର )ଭୁବନେଶ୍ୱର :- ଓଡିଶା ଆଜି ସଫଳତାର ସହ କୋଭିଡ ପରିଚାଳନା କରି ସାରା ଦେଶରେ ଉଦାରହଣ ସୃଷ୍ଟି କରିପାରିଛି । ଟୀକା ଆସିବାର ସମ୍ଭାବନା ସହିତ ନୂଆବର୍ଷକୁ ଆମେ ନୂଆ ଆଶା ସହିତ ସ୍ବାଗତ କରୁଛୁ । ଏଭଳି ସମୟରେ ଅର୍ଥନୀତିର ପୁନରୁଦ୍ଧାରର ଆଶାକୁ ଆମେ ରାଜ୍ୟର ପ୍ରତ୍ୟେକ ପରିବାର ନିକଟରେ ପହଞ୍ଚାଇବାକୁ ଚାହୁଁଛୁ । କିନ୍ତୁ ଯଦି ସେମାନଙ୍କର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଆବଶ୍ୟକତା ଆମେ ପୂରଣ ନ କରି ପାରୁ, ତେବେ ଆମ ବ୍ୟବସ୍ଥା, ଆମର ସଂସ୍ଥା ମାନଙ୍କର କୌଣସି ମୂଲ୍ୟ ରହିବ ନାହିଁ । ରାଜ୍ୟର ଲକ୍ଷ ଲକ୍ଷ ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଓ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟୋଗୀ ମାନଙ୍କର ବର୍ତ୍ତମାନ ଋଣ ହେଉଛି ପ୍ରଥମ ଆବଶ୍ୟକତା ।ଋଣ ପାଇଲେ ହିଁ ସେମାନେ ନିଜ ଗୋଡରେ ହିଁ ଠିଆ ହୋଇପାରିବେ ଏବଂ ଆମର ଅର୍ଥନୀତି ମଧ୍ୟ ଗତିଶୀଳ ହୋଇପାରିବ । ଆମେ ସେମାନଙ୍କୁ ପୂର୍ଣ୍ଣ ପ୍ରାଣରେ ସାହାଯ୍ୟ କରିବା ଆବଶ୍ୟକ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, MSMEକୁ ଋଣ ପ୍ରଦାନ ସଂପର୍କରେ ଜିଲ୍ଲାପାଳ ଓ ବ୍ୟାଙ୍କର ମାନଙ୍କ ସହିତ ସମୀକ୍ଷା କରି ଏହି ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ମଧ୍ୟରେ ଋଣ ପ୍ରଦାନ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହୋଇଥିଲେ ମଧ୍ୟ ଋଣ ଚାହୁଁଥିବା ପ୍ରତ୍ୟେକ ନାଗରିକର ଆବଶ୍ୟକତା ପୂରଣ ହେବା ପର୍ଯ୍ୟନ୍ତ ଏହି ଧାରା ଅବ୍ୟାହତ ରହିବା ଜରୁରୀ । ଚାଷୀମାନଙ୍କ ସମସ୍ୟା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତିବର୍ଷ ଅନିୟମିତ ପାଣିପାଗର କଷ୍ଟ ସହୁଥିବା ଚାଷୀମାନଙ୍କୁ ସେମାନଙ୍କ ଆବଶ୍ୟକତା ଅନୁଯାୟୀ ଋଣ ପ୍ରଦାନ କରି ସେମାନଙ୍କୁ ସାହାଯ୍ୟ କରିପାରିବା । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଧିକାଂଶ ଜିଲ୍ଲାରେ ଚାଷୀମାନଙ୍କୁ ଋଣପ୍ରଦାନ କ୍ଷେତ୍ରରେ ଭଲ ଅଗ୍ରଗତି ହୋଇଛି । ସୁନ୍ଦରଗଡ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ଚାଷୀମାନଙ୍କୁ ଋଣପ୍ରଦାନ କ୍ଷେତ୍ରରେ ଉନ୍ନତ ପ୍ରଦର୍ଶନ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଥିଲେ । ମାଲକାନଗିରି, ଢେଙ୍କାନାଳ ଓ କଳାହାଣ୍ଡି ଜିଲ୍ଲାକୁ ଏ କ୍ଷେତ୍ରରେ ଅଧିକ ଉନ୍ନତି ଆଣିବା ପାଇଁ ପରାମର୍ଶ ଦେଇଥିଲେ । ସେହିପରି ରାଜ୍ୟ ସମବାୟ ବ୍ୟାଙ୍କ, କାନାରା ବ୍ୟାଙ୍କ ଓ ବନ୍ଧନ ବ୍ୟାଙ୍କ ଋଣ ପ୍ରଦାନରେ ଭଲ ପ୍ରଦର୍ଶନ କରିଥିବାରୁ ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆ, ପଞ୍ଜାବ ନେସ୍‌ନାଲ ବ୍ୟାଙ୍କ ଓ ୟୁକୋ ବ୍ୟାଙ୍କକୁ ଏ କ୍ଷେତ୍ରରେ ଆହୁରି ଭଲ ପ୍ରଦର୍ଶନ ପାଇଁ ପରାମର୍ଶ ଦେଇଥିଲେ ।

ମିଶନ ଶକ୍ତି ଗୋଷ୍ଠୀ ମାନଙ୍କୁ ଋଣ ପ୍ରଦାନ ରାଜ୍ୟ ସରକାରଙ୍କ ପ୍ରାଥମିକତା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମ୍ବଲପୁର, କନ୍ଧମାଳ, ନୂଆପଡା ଓ ବାଲେଶ୍ବର ଜିଲ୍ଲା ଏ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିଛନ୍ତି । ଯାଜପୁର, ମୟୁରଭଂଜ, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଉନ୍ନତି ଆଣିବା ପାଇଁ ସେ ପରାମର୍ଶ ଦେଇଥିଲେ । ସେହିପରି ବ୍ୟାଙ୍କ ମାନଙ୍କ କ୍ଷେତ୍ରରେ ଗ୍ରାମ୍ୟ ବ୍ୟାଙ୍କ, ୟୁକୋ ବ୍ୟାଙ୍କ, କାନାରା ବ୍ୟାଙ୍କ ଓ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ପ୍ରକାଶ କରି ୟୁନିଅନ ବ୍ୟାଙ୍କ ଅଫ ଇଣ୍ଡିଆ, ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ, ଆକ୍‌ସିସ ବ୍ୟାଙ୍କ ଆଦି ଅଧିକ ଋଣ ପ୍ରଦାନ କରିବା ପାଇଁ ପରାମର୍ଶ ଦେଇଥିଲେ । ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ସଂସ୍ଥା ଗୁଡିକ ରାଜ୍ୟ ଅର୍ଥନୀତିର ମେରୁଦଣ୍ଡ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏମାନଙ୍କୁ ଋଣ ପ୍ରଦାନର ଧାରା ସନ୍ତୋଷଜନକ ରହିଛି । ନୟାଗଡ, ଯାଜପୁର ଆଦି ଜିଲ୍ଲା ସେମାନଙ୍କର ଲକ୍ଷ୍ୟ ଠାରୁ ଅଧିକ ଉନ୍ନତ ପ୍ରଦର୍ଶନ କରିଛନ୍ତି । ଗଜପତି, ଦେବଗଡ ଓ ନୂଆପଡା ଆଦି ଜିଲ୍ଲା ଗୁଡିକର ପ୍ରଦର୍ଶନରେ ଉନ୍ନତିର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ସେହିପରି ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆ ଓ ପଞ୍ଜାବ ନେସନାଲ ବ୍ୟାଙ୍କ ତାଙ୍କର ବାର୍ଷିକ ଋଣପ୍ରଦାନ ଲକ୍ଷ୍ୟ ଠାରୁ ଅଧିକ ଋଣ ପ୍ରଦାନ କରିଛନ୍ତି ବୋଲି ସେ କହିଥିଲେ । ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବର୍ତ୍ତମାନ ସୁଦ୍ଧା MSME କ୍ଷେତ୍ରକୁ ସର୍ବାଧିକ ୭୨୫୦ କୋଟି ଟଙ୍କା ପ୍ରଦାନ କରିଛି ।

ତେବେ ବ୍ୟାଙ୍କ ଅଫ ବରୋଦା, ଇଣ୍ଡିଆନ ବ୍ୟାଙ୍କ ଓ ଆକ୍‌ସିସ ବ୍ୟାଙ୍କ ଏ କ୍ଷେତ୍ରରେ ଅଧିକ ଉନ୍ନତି କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ଚଳିତ ଆର୍ଥକ ବର୍ଷର ଶେଷ ତିନିମାସ ମଧ୍ୟରେ ସବୁ ଜିଲ୍ଲା ଓ ବ୍ୟାଙ୍କ ମାନେ ବର୍ଷ ଶେଷ ସୁଦ୍ଧା ସେମାନଙ୍କର ଋଣ ପ୍ରଦାନର ଲକ୍ଷ୍ୟ ପୂରଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଆଗାମୀ ଫେବୃଆରୀ ୨୬ ତାରିଖରେ ଏ ସଂପର୍କରେ ସେ ଆଉ ଥରେ ସମୀକ୍ଷା ହେବ ବୋଲି କହିଥିଲେ । ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କ ମାନଙ୍କ ସଂପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅବଗତ କରାଯିବ ବୋଲି ପ୍ରକାଶ କରି ସେମାନଙ୍କୁ ଚଳିତ ଆର୍ଥିକ ବର୍ଷ ଶେଷରେ ପୁରସ୍କୃତ ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ବୈଠକରେ ପ୍ରାରମ୍ଭିକ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ କୃଷି, ମହିଳା ଓ MSME କ୍ଷେତ୍ରରେ ବ୍ୟାପକ ଅର୍ଥନୈତିକ କାର୍ଯ୍ୟକ୍ରମର ଆବଶ୍ୟକତା ରହିଛି  ଏହି ତିନୋଟି ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରକୁ ପର୍ଯ୍ୟାପ୍ତ ପରିମାଣରେ ଋଣପ୍ରଦାନ କରାଯିବା ଉଚିତ ବୋଲି ସେ ମତ ଦେଇଥିଲେ । କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ ଏବଂ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗର ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ ଋଣପ୍ରଦାନ କ୍ଷେତ୍ରରେ ଅଧିକ ଉନ୍ନତିର ଆବଶ୍ୟକତା ରହିଛି ବୋଲି କହିଥିଲେ ।

କୃଷି ଓ ପଶୁପାଳନରେ କିଶାନ କ୍ରେଡିଟ କାର୍ଡ ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟାଗ ଯୋଜନାକୁ ଋଣପ୍ରଦାନ କ୍ଷେତ୍ରରେ ବ୍ୟାଙ୍କ ମାନେ ଗୁରୁତ୍ବ ଦେବାର ଆବଶ୍ୟକତା ରହିଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା । MSME ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୬୩ ପ୍ରତିଶତ ଋଣପ୍ରଦାନ ଲକ୍ଷ୍ୟ ହାସଲ ହୋଇସାରିଛି । ବର୍ଷ ଶେଷ ସୁଦ୍ଧା ସଂପୂର୍ଣ୍ଣ ଲକ୍ଷ୍ୟ ପୂରଣ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ । ମିଶନ ଶକ୍ତି ସଂପର୍କରେ ସୂଚନା ଦେଇ ବିଭାଗର କମିଶନର ତଥା ନିର୍ଦ୍ଦେଶକ ଶ୍ରୀମତୀ ସୁଜାତା କାର୍ତ୍ତିକେୟ କହିଥିଲେ ଯେ ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀକୁ ହାରାହାରୀ ଭାବେ ଅତିକମ୍‌ରେ ୨ ଲକ୍ଷ ଟଙ୍କା ଋଣ ଦେବା ଆବଶ୍ୟକ । ବ୍ୟାଙ୍କ ମାନେ ଋଣପ୍ରଦାନ ଆବେଦନକୁ ପକାଇ ନ ରଖି ତୁରନ୍ତ ଫଇସଲା କରିବାକୁ ସେ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ରାଜକୁମାର ଶର୍ମା, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ବ୍ୟାଙ୍କମାନଙ୍କ ପଦାଧିକାରୀମାନେ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ଆଶୋକ କୁମାର ମୀନା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version