• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶହୀଦ କୋଭିଡ ଯୋଦ୍ଧାଙ୍କ ତ୍ୟାଗର ସ୍ମୃତି ରକ୍ଷା ପାଇଁ ଭୁବନେଶ୍ୱରରେ ଏକ ସ୍ମାରକୀ ପ୍ରତିଷ୍ଠା କରାଯିବ – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
December 31, 2020
in ଓଡ଼ିଶା, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଶହୀଦ କୋଭିଡ ଯୋଦ୍ଧାଙ୍କ ତ୍ୟାଗର ସ୍ମୃତି ରକ୍ଷା ପାଇଁ ଭୁବନେଶ୍ୱରରେ ଏକ ସ୍ମାରକୀ ପ୍ରତିଷ୍ଠା କରାଯିବ – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ଶହୀଦଙ୍କ ତ୍ୟାଗ କେବେ ହେଲେ ବିଫଳ ହେବ ନାହିଁ । ଶହୀଦ କୋଭିଡ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ୱର  ରେ ଏକ ସ୍ମାରକୀ (Memorial) ପ୍ରତିଷ୍ଠା କରାଯିବ – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଡିସେମ୍ବର ଗୁରୁବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା କରି ସମବେଦନା ଜଣାଇଥିଲେ ଏବଂ ଶହୀଦଙ୍କ ତ୍ୟାଗ କେବେ ହେଲେ ବିଫଳ ହେବ ନାହିଁ ବୋଲି କହିଥିଲେ । କୋଭିଡ ବିରୁଦ୍ଧରେ ଏହି ଲଢେଇରେ ଆମ ନିଶ୍ଚିୟ ଜିତିବା । ବୋଲି ମୁଖ୍ୟମନ୍ତ୍ରୀ ଦୃଢତା ର ସହ କହିଥିଲେ । ଶହୀଦ କୋଭିଡ ଯୋଦ୍ଧାଙ୍କ ତ୍ୟାଗର ସ୍ମୃତି ରକ୍ଷା ପାଇଁ ଭୁବନେଶ୍ବରରେ ଏକ ସ୍ମାରକୀ ପ୍ରତିଷ୍ଠା କରାଯିବ। ଏଥିରେ ଶହୀଦ ହୋଇଥିବା ସବୁ କୋଭିଡ ଯୋଦ୍ଧାଙ୍କ ନାମ ଲିପିବଦ୍ଧ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, “ ଆପଣଙ୍କ ପରିବାରର ତ୍ୟାଗକୁ ଏ ଜାତି ସବୁବେଳେ ସମ୍ମାନର ସହ ମନେ ରଖିବ।” ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୦ ଥିଲା ମାନବ ଇତିହାସର ଏକ ସଂକଟମୟ ବର୍ଷ । ସାରା ବିଶ୍ବ ସହ ଓଡିଶା ମଧ୍ୟ ଏହି ସଂକଟର ସାମନା କରିଛି ଏବଂ ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାଙ୍କ ନିଷ୍ଠା, ତ୍ୟାଗ ଓ ସେବା ଯୋଗୁ ଆମେ ଆଜି ଭଲ ସ୍ଥିତିରେ ରହିଛୁ ।  ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଦୁଃଖର କଥା ଯେ ଏହି ଯୁଦ୍ଧରେ ଆମର ୧୦୦ରୁ ଅଧିକ କୋଭିଡ ଯୋଦ୍ଧା ଶହୀଦ ହୋଇଛନ୍ତି । ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଥିଲେ । ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାର ଆପଣମାନଙ୍କ ସହିତ ଅଛନ୍ତି । ଏ ଶୂନ୍ୟତା କେବେ ବି ପୂରଣ କରିହେବ ନାହିଁ ।

ଆମେ କେବଳ ଆପଣମାନଙ୍କୁ ଏତିକି ସହାୟତା କରିପାରିବୁ ଯେଉଁଥିରେ ସେମାନଙ୍କୁ ପରିବାରର ସଦସ୍ୟଙ୍କ ପରଲୋକ ଯୋଗୁ ଯେପରି ଆପଣଙ୍କ ପରିବାର କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି । ସରକାର ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଥିଲେ । ମାଲକାନଗିରି, କଟକ, ବରଗଡ, ବାଲେଶ୍ବର ଓ ଗଞ୍ଜାମରେ ଉପସ୍ଥିତ ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାର ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ଶହୀଦ ମାନଙ୍କ ପରିବାରବର୍ଗ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧା ଓ ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ । ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବ ଓ ତତ୍ତ୍ବାବଧାନରେ ଓଡିଶା ସଫଳତାର ସହ କୋଭିଡ ଯୁଦ୍ଧର ମୁକାବିଲା କରିପାରିଛି ।

୧୦ ଲକ୍ଷ ପ୍ରବାସୀ ଓଡିଆଙ୍କ ଆଗମନ ସମୟରେ ରାଜ୍ୟର ପରିଚାଳନା ଉଲ୍ଲେଖନୀୟ ଥିଲା ବୋଲି ସେ କହିଥିଲେ । ଆମର ସଠିକ ଯୋଜନା ଓ ସମସ୍ତ କର୍ମଚାରୀଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ କୋଭିଡ ଯୁଦ୍ଧରେ ସଫଳତା ମିଳିପାରିଛି ବୋଲି ସେ କହିଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କହିଥିଲେ ଯେ ଓଡିଶା ଅତ୍ୟନ୍ତ ସଫଳତାର ସହ କୋଭିଡ ଯୁଦ୍ଧର ମୁକାବିଲା କରିଛି ।

ଏଥିରେ ୧୦୧ ଜଣ କୋଭିଡ ଯୋଦ୍ଧା ଶହୀଦ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୯୬ ଜଣ ଶହୀଦଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଦିଆଯାଇଛି । ଆସନ୍ତା ୨ ଦିନ ମଧ୍ୟରେ ବାକି ୫ ଜଣ ଶହୀଦଙ୍କ ପରିବାରକୁ ସହାୟତା ଦିଆଯିବ । ଏହି କାର୍ଯ୍ୟକ୍ରମରେ କୋଭିଡ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ସଂପର୍କରେ ଏକ ଭିଡିଓ ଚିତ୍ର ପଦର୍ଶନ କରାଯାଇଥିଲା ।  ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

March 13, 2026
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

ଦଳିତ ପରିବାର ବ୍ୟକ୍ତିଙ୍କୁ ମାଡ ପୋଲିସ୍ ନିରବ

March 13, 2026
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version