• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ବୀରତା ଦିବସ ପାଳିତ ; ବରଗଡ ଘେଁସର ଶହୀଦ୍ ମାଧୋ ସିଂ ଓ ତାଙ୍କ ପରିବାର ଓଡିଶାକୁ ସ୍ପର୍ଦ୍ଧିତ ଓ ଗର୍ବିତ କରିଛନ୍ତି ।

Proprietor Abhimanyu Maharana by Proprietor Abhimanyu Maharana
January 2, 2021
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରାଜ୍ୟସ୍ତରୀୟ ବୀରତା ଦିବସ ପାଳିତ ; ବରଗଡ ଘେଁସର ଶହୀଦ୍ ମାଧୋ ସିଂ ଓ ତାଙ୍କ ପରିବାର ଓଡିଶାକୁ ସ୍ପର୍ଦ୍ଧିତ ଓ ଗର୍ବିତ କରିଛନ୍ତି ।

????????????????????????????????????

Share on FacebookShare on TwitterWhatsapp

ଓଡ଼ିଆ ତାଜା ନ୍ୟୁଜ (୧ ଡିସେମ୍ବର ଶୁକ୍ରବାର) ଭୁବନେଶ୍ୱର :- ଦେଶର ସ୍ୱାଧୀନତା ପାଇଁ ଅନେକ ବୀର ଜୀବନ ବଳିଦାନ ଦେଇଛନ୍ତି । ତନ୍ମଧ୍ୟରେ ବରଗଡ ଜିଲ୍ଲା ଘେଁସର ମାଧୋ ସିଂ ଓ ତାଙ୍କ ପରିବାରର ମୁକ୍ତି ସଂଗ୍ରାମର ଅଭୂତପୂର୍ବ ବୀରତ୍ୱର ଗାଥା ସର୍ବଦା ଜାତୀୟ ଇତିହାସରେ ଦୃଷ୍ଟାନ୍ତ ହୋଇ ରହିଛି ବୋଲି ଆଜି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ବିଭାଗର ସମ୍ମିଳନୀ କକ୍ଷରେ ଆୟୋଜିତ ରାଜ୍ୟସ୍ତରୀୟ ବୀରତା ଦିବସରେ ଯୋଗଦେଇ ବିଶିଷ୍ଟ ଅତିଥି ଓ ବକ୍ତାମାନେ ପ୍ରକାଶ କରିଛନ୍ତି । ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ଅତିଥିମାନେ ଶହୀଦ୍‌ ମାଧୋ ସିଂଙ୍କ ଫଟୋଚିତ୍ରରେ ପୁଷ୍ପଅର୍ଘ ଅର୍ପଣ କରିଥିଲେ । ପରେ ପରେ ଶହୀଦ୍ ମାଧୋ ସିଂଙ୍କ ଉପରେ ଆଧାରିତ ଏକ ପ୍ରାମାଣିକ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ଟ୍ୱିଟରେ ଏହି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା କ୍ରାନ୍ତିବୀର ଶହୀଦ ମାଧୋ ସିଂଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ବାର୍ତା ବୈଠକରେ ପାଠ କରାଯାଇଥିଲା ।

ଏହି ବୀରଙ୍କ ନେତୃତ୍ୱରେ ବରଗଡ ଘେଁସରୁ ଆରମ୍ଭ ଆନ୍ଦୋଳନ ଦେଶର ସ୍ୱାଧୀନତା ସଂଗ୍ରାମକୁ ନୂଆ ଦିଗ ଦେଇଥିଲା ଏବଂ ଲୋକଙ୍କ ସୁରକ୍ଷା ସହ ଦେଶର ଅଖଣ୍ଡତା ପ୍ରତି ଏହି ବୀର ଶହୀଦଙ୍କ ଅସୀମ ତ୍ୟାଗ ସର୍ବଦା ପ୍ରେରଣା ଦାୟୀ ହୋଇ ରହିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ବାର୍ତା ଦେଇଥିଲେ । ଏହି ପରିପ୍ରେକ୍ଷୀରେ ଉଦ୍‌ଘାଟକ ମନ୍ତ୍ରୀ ଶ୍ରୀ ସିଂହ ଘେଁସର ସେହି ବୀର ଯୋଦ୍ଧାମାନଙ୍କର ସ୍ମୃତିଚାରଣ କରି କହିଲେ ଯେ, ପ୍ରଜାବତ୍ସଳ ଜମିଦାର ମାଧୋ ସିଂ ତତ୍କାଳୀନ ଇଂରେଜ ଶାସକଙ୍କର ଅନ୍ୟାୟରେ ପ୍ରଜାମାନଙ୍କ ଉପରେ ଅତ୍ୟଧିକ କର ବସାଇବା ବିରୁଦ୍ଧରେ ପ୍ରତିବାଦ କରି ଯେପରି ଭାବେ ନିର୍ବିକାର ଭାବରେ ସଂଗ୍ରାମ କରିଥିଲେ, ତାଙ୍କର ଅବଦାନ ଇତିହାସର ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଜଳ ସଂପଦ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଯୋଗଦେଇ କହିଲେ ଯେ, ଦେଶର ସ୍ୱାଧୀନତା ଓ ଅଖଣ୍ଡତା ରକ୍ଷା ପାଇଁ ବ୍ରିଟିଶ ଶାସନ ବିରୁଦ୍ଧରେ ଘେଁସ ଜମିଦାର ପରିବାରର ସଦସ୍ୟମାନେ ଯେପରି ଅଦମ୍ୟ ସାହସ ଓ ବୀରତ୍ୱର ପରାକାଷ୍ଟା ଦେଖାଇ ଦୁର୍ଦ୍ଦାନ୍ତ ଭାବେ ଲଢିଥିଲେ, ତାହା ଆଜି ଦୀର୍ଘ ଦିନ ପରେ ଓଡିଶାର ସାଧାରଣ ଜନତାଙ୍କୁ ଉଦ୍‌ବେଳିତ କରୁଛି ।

ଓଡିଶା ପାଇଁ ସେମାନଙ୍କର ଅବଦାନ ସର୍ବଦା ଚିର ସ୍ମରଣୀୟ ହୋଇ ରହିବ ବୋଲି ମନ୍ତ୍ରୀ ଶ୍ରୀ ଦାସ ପ୍ରକାଶ କରିଥିଲେ । ଏଥିରେ ସମ୍ମାନିତ ଅତିଥି ଭାବେ ଓଡିଶା ରିଭ୍ୟୁ ଏବଂ ଉତ୍କଳ ପ୍ରସଙ୍ଗର ସଂପାଦକ ଡଃ. ଲେନିନ୍ ମହାନ୍ତି ଯୋଗଦେଇ କହିଲେ ଯେ, ସ୍ୱାଧୀନତା ସଂଗ୍ରାମରେ ପଶ୍ଚିମ ଓଡିଶାର ବିଶେଷ କରି ରକ୍ତତୀର୍ଥ ଘେଁସର ଶହୀଦ ମାଧୋ ସିଂ ଓ ତାଙ୍କ ପରିବାରର ବଳିଦାନର କାହାଣୀ ଶୁଣିଲେ ମନରେ ଅଦମ୍ୟ ଉଦ୍ଦୀପନା ଭରିଯାଏ । ପଶ୍ଚିମ ଓଡିଶାର ଗବେଷକମାନଙ୍କ ସହାୟତାରେ ସେହି ମହାନ୍ ସଂଗ୍ରାମୀମାନଙ୍କ ସମ୍ପର୍କରେ ଓଡିଶା ସରକାରଙ୍କ ତରଫରୁ ପ୍ରକାଶ ପାଉଥିବା ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁରେ ସ୍ଥାନିତ କରି ସ୍ୱତନ୍ତ୍ର ସଂଖ୍ୟା ପ୍ରକାଶ ପାଇବ ବୋଲି ସେ କହିଥିଲେ । ୨୦୦୦ରୁ ୨୦୨୦ ମସିହା ମଧ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକାଳ ସମୟରେ ବିଭିନ୍ନ ସ୍ଥାନରେ ୨୦୦ରୁ ଅଧିକ ବରପୁତ୍ର ତଥା ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତି ସ୍ଥାପିତ ହୋଇଥିବା ସେ ପ୍ରକାଶ କରିଥିଲେ ।

ମୁଖ୍ୟ ବକ୍ତା ଭାବେ ଶହୀଦ୍ କୁଞ୍ଜଳ ସିଂ କ୍ଲବ, ଘେଁସ,ବରଗଡର ସଭାପତି ଶ୍ରୀ ଅଶୋକ କୁମାର ପୁଜାହାରୀ ବିଭିନ୍ନ ଉଦାହରଣ ଦେଇ ଶହୀଦ ମାଧୋ ସିଂ ଓ ତାଙ୍କ ପରିବାରର ସଂଗ୍ରାମ ସଂପର୍କରେ ଆଲୋକପାତ କରି ୧୮୫୭ ସିପାହୀ ବିଦ୍ରୋହ ସମୟରେ ଇଂରେଜ ଶାସନ ବିରୁଦ୍ଧରେ ଲଢିବା ପାଇଁ ଏକ କେନ୍ଦ୍ରୀୟ ନୀତି ପ୍ରସ୍ତୁତ କରିବା ପାଇଁ ସବୁ ଜମିଦାର ବୀର ସୁରେନ୍ଦ୍ର ସାଏଙ୍କ ନେତୃତ୍ୱକୁ ସହଯୋଗ କରିବା ପାଇଁ ଆଗେଇ ଆସିଥିଲେ ବୋଲି କହିଥିଲେ । ଏହି ସଂଗ୍ରାମରେ ଶହୀଦ୍ ମାଧୋ ସିଂଙ୍କ ସହିତ ତାଙ୍କ ୪ ପୁତ୍ର କୁଞ୍ଜଲ ସିଂ, ହଟେ ସିଂ, ବୈରୀ ସିଂ ଓ ଏା÷ରୀ ସିଂ ଓ ତାଙ୍କ ଜ୍ୱାଇଁ ମଧ୍ୟ ଏହି ଶହୀଦ୍ ହୋଇଥିଲେ । ଓଡିଶାର ରାଜଧାନୀ ଭୁବନେଶ୍ୱରରେ ଶହୀଦ୍ ମାଧୋ ସିଂଙ୍କର ପ୍ରତିମୂର୍ତି ସ୍ଥାପନ ଏବଂ ପାଠ୍ୟ ପୁସ୍ତକରେ ଘେଁସ ପରିବାରର ସଦସ୍ୟମାନଙ୍କର ବଳିଦାନର ଗାରିମାମୟ ଇତିହାସ ସଂପର୍କରେ ସ୍ଥାନିତ କରାଯିବାକୁ ଏବଂ ଅଧିକ ଗବେଷଣା କରାଯିବା ସମ୍ପର୍କରେ ସେ ମତବ୍ୟକ୍ତ କରିଥିଲେ । ସଂପ୍ରତି ଶହୀଦ୍ ମାଧୋ ସିଂଙ୍କ ଫାଶୀ ଦିବସକୁ ରାଜ୍ୟ ସରକାରଙ୍କ ତରଫରୁ ପ୍ରତିବର୍ଷ ବୀରତା ଦିବସ ରୂପେ ପାଳନ କରାଯାଉଛି ।

କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ନିଦ୍ଦେଶକ(ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ପ୍ରମୋଦ କୁମାର ମଲ୍ଲିକ, ଚନ୍ଦ୍ରକାନ୍ତ ନାୟକ ଏବଂ ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗର ଅନ୍ୟ ପଦାଧିକାରୀ, ଶହୀଦ କୁଞ୍ଜଳ ସିଂ କ୍ଲବ୍‌ର କର୍ମକର୍ତା ଓ ଗଣମାଧ୍ୟମ ପ୍ରତିନିଧିମାନେ ଭର୍ଚୁଆଲ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ବିଭାଗୀୟ ସହକାରୀ ନିର୍ଦ୍ଦେଶକ ( କ୍ଷେତ୍ର) ଶ୍ରୀମତୀ ସୂଚେତା ପ୍ରିୟଦଶିନୀ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version