• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜାମ ତଥା ବ୍ରହ୍ମପୁରର ବିକାଶ କାର୍ଯ୍ୟ ଉପରେ ମୁଁ ତୀକ୍ଷ୍ଣ ନଜର ରଖିଛି – ଶ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
January 5, 2021
in ଓଡ଼ିଶା, କଟକ, ଖୋର୍ଦ୍ଧା, ପୁରୀ, ମହାନଗର, ରାଜନୀତି, ହୋମ୍
0
।। ମୋଦୀ ଙ୍କୁ ଚିଠି ଲେଖିଲେ ନବୀନ : ପୁରୀ ଠାରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା କରାଯିବା ପାଇଁ ଅନୁରୋଧ  ।।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୪ ଜାନୁଆରି,୨୦୨୧,ସୋମବାର ) ଭୁବନେଶ୍ୱର :-  ରୁପାନ୍ତରର (Transformation) ଅନନ୍ୟ ଉଦାହରଣ ରାମଲିଙ୍ଗେଶ୍ବର ଜଳାଶୟ ବ୍ରହ୍ମପୁର ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ତଥା ବ୍ରହ୍ମପୁରର ବିକାଶ କାର୍ଯ୍ୟ ଉପରେ ମୁଁ ତୀକ୍ଷ୍ଣ ନଜର ରଖିଛି- ମୁଖ୍ୟମନ୍ତ୍ରୀ ତା.୪.୧.୨୧ ରୂପାନ୍ତରର(Transformation) ଅନନ୍ୟ ଉଦାହରଣ ପାଲଟିଛି ବ୍ରହ୍ମପୁରର ରାମଲିଙ୍ଗେଶ୍ବର ଜଳାଶୟ । ଅବ୍ୟବହୃତ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ପଡି ରହିଥିବା ଏହି ଜଳାଶୟ ଆଜି ବ୍ରହ୍ମପୁରରେ ପର୍ଯ୍ୟଟକ ମାନଙ୍କର ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇପାରିଛି । ଚିତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତୋତ୍ରର ତାଳେ ତାଳେ ଲେଜର ଲାଇଟ୍‌ ଓ ଏକ ସଂଗୀତମୟ ପରିବେଶ ମଧ୍ୟରେ ବ୍ରହ୍ମପୁରର କେନ୍ଦ୍ର ସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ବର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଲୋକାର୍ପିତ ହୋଇଛି ।

ଏହି ଅବସରରେ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମବେତ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାମଲିଙ୍ଗେଶ୍ବର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଥିଲେ । ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଏବଂ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁରର ଜନସାଧାରଣଙ୍କୁ ଆହ୍ବାନ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ବର୍ଷ ତଳେ ଏହି ଜଳାଶୟର ଅବସ୍ଥା କଣ ଥିଲା ଏବଂ ବର୍ତ୍ତମାନ ଏହା କେଉଁଠି ପହଞ୍ଚିଛି । ଏହା ହେଉଛି ପରିବର୍ତ୍ତନ, Transformation. ରାମଲିଙ୍ଗେଶ୍ବର ଜଳାଶୟ ଓ ପାର୍କ ଆଜି ଗଂଜାମର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିଛି । ଏହା ଆଜି ସମ୍ଭବ ହୋଇପାରିଛି, ବ୍ରହ୍ମପୁରର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନ ଓ ସହଯୋଗ ଯୋଗୁ ।

ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । କୋଭିଡ ସମୟରେ ଗଂଜାମର ଜନସାଧାରଣଙ୍କର ଦୃଢ ମନୋବଳର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଂଜାମର ଜନତାଙ୍କ ସଂଯମତା ଓ ଆତ୍ମଶକ୍ତି ଯୋଗୁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡକୁ ନିୟନ୍ତ୍ରଣ କରାଯାଇପାରିଛି ଏବଂ ଗଂଜାମ ଆଜି ସାରା ଦେଶ ପାଇଁ ରୋଲ ମଡେଲ ହୋଇପାରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢିତୋଳିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି । ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟାୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଂଗ ରୋଡ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି । ବ୍ରହ୍ମପୁର ମୋ ପାଇଁ ସବୁବେଳେ ସ୍ବତନ୍ତ୍ର ଗୁରୁତ୍ବ ରଖିଛି । ବ୍ରହ୍ମପୁର ତଥା ଗଂଜାମର ବିକାଶ ଉପରେ ମୁଁ ସବୁବେଳେ ତୀକ୍ଷ୍ଣ ନଜର ରଖିଛି ବୋଲି ମତଦେଇ ବ୍ରହ୍ମପୁରକୁ ଏକ ସୁନ୍ଦର ତଥା ଆଧୁନିକ ସହର ଭାବରେ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । 

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜଂଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବିଧାୟକ ଶ୍ରୀ ବିକ୍ରମ ପଣ୍ଡା, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଭାପତି ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉଦ୍‌ବୋଧନ ଦେଇ ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ପ୍ରଶଂସା କରିଥିଲେ । ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣରେ ସକ୍ରିୟ ଭୂମିକା ଗ୍ରହଣ କରିଥିବା ଗଞ୍ଜାମର ପୂର୍ବତନ ଜିଲ୍ଲାପାଳ ଶ୍ରୀ ପ୍ରେମଚାନ୍ଦ ଚୌଧୁରୀ ଏବଂ ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଚକ୍ରବର୍ତ୍ତୀ ରାଠୋରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆନ୍ତରିକ କୃତଜ୍ଞତା ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନର ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନାଯୋଗ୍ୟ ୮ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ । ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହୋଇଥିଲା । ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଂକରଙ୍କର ୩୫ ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତୀ ଶୋଭା ପାଉଥିବା ବେଳେ ଚତୁର୍ପାଶ୍ବରେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version