• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ନୀତି ଓ ଅପାରଗତା ଯୋଗୁ ଜଣେ ଜେଲ; ଡି.ଆଇ.ଜି.ଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବର୍ଷକ ମଧ୍ୟରେ – ୧୦୪ ଜଣଙ୍କୁ ବାଧ୍ୟତାମୂଳକ ଅବସର

Proprietor Abhimanyu Maharana by Proprietor Abhimanyu Maharana
January 5, 2021
in ଓଡ଼ିଶା, କଟକ, ଖୋର୍ଦ୍ଧା, ଦେଶ, ପୁରୀ, ମହାନଗର, ହୋମ୍
0
ଦୁର୍ନୀତି ଓ ଅପାରଗତା ଯୋଗୁ ଜଣେ ଜେଲ; ଡି.ଆଇ.ଜି.ଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବର୍ଷକ ମଧ୍ୟରେ – ୧୦୪ ଜଣଙ୍କୁ ବାଧ୍ୟତାମୂଳକ ଅବସର
Share on FacebookShare on TwitterWhatsapp

ଦୁର୍ନୀତି ବିରୁଦ୍ଧର କଡା କାର୍ଯ୍ୟାନୁଷ୍ଠାନ – ଦୁର୍ନୀତି ଓ ଅପାରଗତା ଯୋଗୁ ଜଣେ ଜେଲ ଡି.ଆଇ.ଜି.ଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବର୍ଷକ ମଧ୍ୟରେ ୧୦୪ ଜଣଙ୍କୁ ବାଧ୍ୟତାମୂଳକ ଅବସର

ଓଡ଼ିଶା ତାଜା ନ୍ୟୁଜ୍ (୦୫ ଜାନୁଆରୀ ମଙ୍ଗଳବାର ) ଭୁବନେଶ୍ୱର :- ଦୁର୍ନୀତି ଓ ଅପାରଗତା ଯୋଗୁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ଜେଲ ଡି.ଆଇ.ଜି., ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି., ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ଅନ୍ତର୍ଭୁକ୍ତ ଅଟନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଜୀବନରେ ସାଧୁତା ଓ ନୈତିକତା ଉପରେ ଗୁରୁତ୍ବ ଦେଇ ଆସିଛନ୍ତି । ଅପାରଗ ତଥା ଅସାଧୁ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ଉପରେ ସବୁବେଳେ ଜୋର ଦେଇ ଆସିଛନ୍ତି ଏବଂ ପ୍ରଶାସନରୁ ଦୁର୍ନୀତି ଓ ଅପାରଗତା ଦୂର କରିବାପାଇଁ ସବୁବେଳେ କଠୋର ପଦକ୍ଷେପ ନେଇଛନ୍ତି ।

ଏହି ପରିପ୍ରେକ୍ଷୀରେ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଜେଲ ବିଭାଗର ଡି.ଆଇ.ଜି. ଶ୍ରୀ ଗୋପବନ୍ଧୁ ମଲ୍ଲିକ । ଶ୍ରୀ ମଲ୍ଲିକ୍ ଜେଲ ୱାର୍ଡର ଚୟନ ନିମନ୍ତେ ଥିବା କମିଟିର ମୁଖ୍ୟ ଭାବରେ ତାଙ୍କ ପଦବୀର ଅପବ୍ୟବହାର କରି ଚୟନ ପ୍ରକ୍ରିୟାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରିଥିବାର ଅଭିଯୋଗ ରହିଥିଲା । ଜେଲ ବିଭାଗରେ ତାଙ୍କରକାର୍ଯ୍ୟକଳାପ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ସାଧୁତା ସନ୍ଦେହମୁକ୍ତ ନ ଥିଲା । ଶ୍ରୀମତୀ ସ୍ନିଗ୍ଧାରାଣୀ ମିଶ୍ର, କୋରାପୁଟ ନନ୍ଦପୁରର ସି.ଡି.ପି.ଓ. ଭାବରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ନାମରେ ଦୁଇଟି ଭିଜିଲାନ୍ସ କେସ୍‌ କରାଯାଇଛି । ୨୦୧୬ ରେ ୮୦ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମକଦ୍ଦମା ଦାୟର କରାଯାଇଥିବା ବେଳେ ଅକ୍ଟୋବର ୨୦୨୦ ରେ ଛତୁଆ ବିଲ୍‌ ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ଜଣେ ସଦସ୍ୟଙ୍କ ଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଧରା ପଡିଥିଲେ । ସେ ବର୍ତ୍ତମାନ ନିଲମ୍ବିତ ଅଛନ୍ତି ।

ଶ୍ରୀ ଏକାନ୍ତ ପ୍ରିୟ ନାୟକ, କମାଣ୍ଡାଣ୍ଟ ଭାବରେ ଓଡିଶା ସଶସ୍ତ୍ର ପୋଲିସ ସେବାରେ କାର୍ଯ୍ୟରତ ଥିଲେ । ଦୁର୍ବ୍ୟବହାର ତଥା ତାଙ୍କର ଅଧସ୍ତନ କର୍ମଚାରୀଙ୍କୁ ମାରଧର କରିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ଗୋଟିଏ ବିଭାଗୀୟ କାର୍ଯ୍ୟାନୁଷ୍ଠାନ କରାଯାଇଛି ଏବଂ ତାଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଥିଲା । ଜଣେ ମଦ୍ୟପ ତଥା ଅଯୋଗ୍ୟ ଅଫିସର ଭାବରେ ତାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଶ୍ରୀ ଗୌତମ ମଲ୍ଲିକ, ଡି.ଏସ୍‌.ପିଙ୍କ ବିରୁଦ୍ଧରେ ଦୁଇଟି ଫୌଜଦାରୀ ମାମଲା ରୁଜୁ କରାଯାଇଥିବା ବେଳେ ତାଙ୍କୁ ମଧ୍ୟ ଚାକିରୀରୁ ନିଲମ୍ବିତ କରାଯାଇଥିଲା । ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଅଟେ । ଶ୍ରୀ ଦେବେନ୍ଦ୍ର ନାଥ ବେହେରା, ଓଡିଶା ସଶସ୍ତ୍ର ପୋଲିସ ସେବାର ଡେପୁଟୀ କମାଣ୍ଡାଣ୍ଟ ଭାବରେ କାର୍ଯ୍ୟ କରୁଛନ୍ତି । ତାଙ୍କ ନାମରେ ଜଙ୍ଗଲରୁ କାଠ ଚୋରୀ ଅଭିଯୋଗରେ ଏକ ଫୌଜଦାରୀ ମୋକଦ୍ଦମା ରୁଜୁ କରାଯାଇଛି । ସେହିପରି ବିନା ଅନୁମତିରେ ସରକାରୀ ଗାଡିରେ ଅଧସ୍ତନ କର୍ମଚାରୀଙ୍କୁ ବ୍ୟବହାର କରି କାଠର ଚୋରା ଚାଲାଣ ଅଭିଯୋଗରେ ତାଙ୍କ ନାମରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଛି ।

ଶ୍ରୀ ସତ୍ୟବ୍ରତ ରାଉତ, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୫ ଗୋଟି ଭିଜିଲାନ୍ସ କେସ୍‌ ରହିଛି । ତାଙ୍କର ସାଧୁତା ସନ୍ଦେହ ଜନକ । ଦାୟୀତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି । ଶ୍ରୀ ରମେଶ ଚନ୍ଦ୍ର ପଣ୍ଡା, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୩ ଗୋଟି ଭିଜିଲାନ୍ସ କେସ୍‌ ଥିଲାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହ ଜନକ ଅଟେ । ଦାୟୀତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି । ଏହି ବାଧ୍ୟତାମୂଳକ ଅବସର ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯିବ । ସୂଚନାଯୋଗ୍ୟ ଯେ ଗତ ଡିସେମ୍ବର ୩୦ ତାରିଖରେ ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦେଇଥିଲେ । ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧୧୦ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ପ୍ରଶାସନରେ ସ୍ବଚ୍ଛତା, ଉତ୍ତରଦାୟୀତ୍ବ ଓ ସେବା ମନୋଭାବର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି । ତେଣୁ ଦୁର୍ନୀତି ତଥା ଲୋକଙ୍କୁ ସେବା ଯୋଗାଇବାରେ ଅବହେଳା କରୁଥିବା କର୍ମଚାରୀମାନଙ୍କ ପାଇଁ ଏହି ପଦକ୍ଷେପ ଏକ ସତର୍କ ଘଣ୍ଟି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version