No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୦୭ ଜାନୁଆରି ,ଗୁରୁବାର )ଭୁବନେଶ୍ୱର :- ବିଜେପିର ଓଡିଶା ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ବୋଧହୁଏ ଜାଣିନାହାନ୍ତି ଯେ , ମାହାଙ୍ଗା ହତ୍ୟାକାଣ୍ଡ ଘଟଣାର ଅଭିୁକ୍ତ ମାନଙ୍କୁ ଅପରାଧ ଘଟିବାର ୪୮ଘଣ୍ଟା ମଧ୍ୟରେ ଗିରଫ କରାଯାଇ ସାରିଛି । ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ରହିଛି ଯିଏ କି ନିଜେ ଅସ୍ତ୍ର ଦ୍ୱାରା ଆଘାତ କରିଛି । ବିଜେିର ଓଡିଶା ପ୍ରଭାରୀଙ୍କୁ ଜବାବ ଦେଇ ଏହା କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର । ଡକ୍ଟର ପାତ୍ର କହିଛନ୍ତି ଯେ ବିଜେଡି ସରକାର ହିଂସାକାଣ୍ଡ କ୍ଷେତ୍ରରେ
ଜିରୋ ଟଲେରାନ୍ସ ନୀତି ଗ୍ରହଣ କରିବା ସହିତ ଅପରାଧିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥାଏ । ଯାହାକୁ ଓଡିଶାବାସୀ ପସନ୍ଦ କରିବା ସହିତ ପଞ୍ଚମ ଥର ପାଇଁ ବିଜେଡି ହାତରେ ରାଜ୍ୟ ଶାସନର ଡୋରି ଧରାଇଛନ୍ତି । ହେଲେ ବିଜେିର ଓଡିଶା ପ୍ରଭାରୀ ଏ ସଂକ୍ରାନ୍ତରେ ଅବଗତ ନାହାନ୍ତି । ମାହାଙ୍ଗା ହତ୍ୟାକାଣ୍ଡ ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ସହିତ ପୀଡିତ ପରିବାରକୁ ନିଶ୍ଚିତ ନ୍ୟାୟ ପ୍ରଦାନ କରାିବ । ବିଜେଡି ସରକାର ଏଥିପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଡକ୍ଟର ପାତ୍ର କହିଛନ୍ତି ।
No Result
View All Result