• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୋଗାଣ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରେଙ୍ଗାଲି ଦକ୍ଷିଣ କେନାଲର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଜଙ୍ଗଲ ଜମି ଅଧିଗ୍ରହଣ ସମସ୍ୟାର ଆଶୁ ସମାଧାନ କରି ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଗୁରୁତ୍ୱାରୋପ

Proprietor Abhimanyu Maharana by Proprietor Abhimanyu Maharana
January 12, 2021
in ଓଡ଼ିଶା, ମହାନଗର, ହୋମ୍
0
ଯୋଗାଣ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରେଙ୍ଗାଲି ଦକ୍ଷିଣ କେନାଲର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଜଙ୍ଗଲ ଜମି ଅଧିଗ୍ରହଣ ସମସ୍ୟାର ଆଶୁ ସମାଧାନ କରି ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଗୁରୁତ୍ୱାରୋପ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଜାନୁଆରୀ ସୋମବାର ) ଭୁବନେଶ୍ୱର :-  ଜଙ୍ଗଲ ଜମି ଅଧିଗ୍ରହଣ ଏବଂ ଅନ୍ୟାନ୍ୟ ସମସ୍ୟାଗୁଡ଼ିକର ଆଶୁ ସମାଧାନ କରି ରେଙ୍ଗାଲି ଦକ୍ଷିଣ କେନାଲ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି । ଆଜି ଲୋକସେବା ଭବନଠାରେ ରେଙ୍ଗାଲି ଦକ୍ଷିଣ କେନାଲ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଆୟୋଜିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ ପ୍ରକଳ୍ପ କାର୍ଯ୍ୟ ସଂପୂର୍ଣ୍ଣ କରିବା ଦିଗରେ ଜଙ୍ଗଲ ଜମି ଅଧିଗ୍ରହଣ ଯେପରି ବାଧକ ନହେବ, ସେଥି ନିମନ୍ତେ ସମୁଚିତ ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ । ସମଲ ବ୍ୟାରେଜରୁ ବାହାରିଥିବା ଏହି କେନାଲ ଦ୍ୱାରା ରାଜ୍ୟର ଢେଙ୍କାନାଳ, କଟକ, ଯାଜପୁର ଓ କେନ୍ଦୁଝର ଜିଲ୍ଲାର ୧୪ଟି ବ୍ଲକ୍‌ର ପ୍ରାୟ ୮୪,୪୦୬ ହେକଫର ଚାଷ ଉପଯୋଗୀ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବାର ଲକ୍ଷ୍ୟ ରହିଥିବାବେଳେ ପ୍ରକଳ୍ପକୁ ଶୀଘ୍ର ସଂପୂର୍ଣ୍ଣ କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ । ରାଜ୍ୟ ସରକାର ଜଳସେଚନକୁ ଅଗ୍ରାଧିକାର ପ୍ରଦାନ କରୁଥିବାବେଳେ ରେଙ୍ଗାଲି ଦକ୍ଷିଣ କେନାଲ ଦ୍ୱାରା ୪ଟି ଜିଲ୍ଲାର ଚାଷୀମାନେ ବହୁଳ ଭାବେରେ ଉପକୃତ ହେବେ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ । ଜମି ଅଧିଗ୍ରହଣରେ ଉପୁଜୁଥିବା ସମସ୍ୟା ମଧ୍ୟରେ ବ୍ୟକ୍ତିଗତ ଜମି ଜଙ୍ଗଲ କିସମର ହୋଇଥିବାରୁ ହିତାଧିକାରୀମାନେ କ୍ଷତିପୂରଣ ପାଇପାରୁନାହାନ୍ତି । ଏହାର ଆଶୁ ସମାଧାନ ନିମନ୍ତେ ଆଇନ ଅନୁଯାୟୀ ଯଥାଶୀଘ୍ର ପଦକ୍ଷେପ ନେବା ପାଇଁ ମନ୍ତ୍ରୀ କହିଥିଲେ ।

ସେହିପରି ଜଙ୍ଗଲ ଜମି ଅଧିଗ୍ରହଣ ନିମନ୍ତେ ୨୦୧୯ ମସିହାରେ ଷ୍ଟେଜ୍‌-୨ କ୍ଲିୟରାନ୍ସ ମିଳିଥିବା ସମସ୍ତ ଜଙ୍ଗଲ ଜମିକୁ ତୁରନ୍ତ ହସ୍ତାନ୍ତର କରି ପ୍ରକଳ୍ପ କାର୍ଯ୍ୟକୁ ଆଗେଇ ନେବା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗର ଅଧିକାରୀମାନଙ୍କୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ । ଏଥି ପାଇଁ ଆବଶ୍ୟକ ପଡ଼ୁଥିବା ସମସ୍ତ କାଗଜପତ୍ର ଡିଏଫ୍‌ଓମାନଙ୍କ ନିକଟରେ ଦାଖଲ କରିବା ପାଇଁ ରେଙ୍ଗାଲି ଦକ୍ଷିଣ କେନାଲର ନିର୍ବାହୀ ଯନ୍ତ୍ରୀମାନଙ୍କୁ କହିଥିଲେ । ଆଲୋଚନାରେ ଅଂଶଗ୍ରହଣ କରି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଆସନ୍ତା ୧୫ ତାରିଖ ସୁଦ୍ଧା ସମସ୍ତ କାଗଜ ଡିଏଫ୍‌ଓ ମାନଙ୍କ ନିକଟରେ ଦାଖଲ କରାଯିବ ବୋଲି କହିଥିଲେ । ଏଥି ସହିତ ଜଙ୍ଗଲ ଜମି ଅଧିଗ୍ରହଣ ନିମନ୍ତେ ଦାଖଲ କରାଯାଇଥିବା ନୂତନ ପ୍ରସ୍ତାବଗୁଡ଼ିକ ଉପରେ ସବିଶେଷ ଆଲୋଚନା କରାଯାଇ ଏହି ମାସ ଶେଷ ସୁଦ୍ଧା ସମସ୍ତ ଆବଶ୍ୟକ କାର୍ଯ୍ୟକ୍ରମ ଗ୍ରହଣ କରାଯିବ ବୋଲି ଜଙ୍ଗଲ ଓ ପରିବେଶ ବିଭାଗର ପି.ସି.ସି.ଏଫ୍‌ (ନୋଡାଲ୍‌) ଏବଂ ସର୍ବୋଚ୍ଚ ଯନ୍ତ୍ରୀ, ଜଳସଂପଦ କହିଥିଲେ । ବୈଠକରେ ପିସିସିଏଫ୍‌ ନୋଡାଲ୍‌ ଶ୍ରୀ ଜିତେନ୍ଦ୍ର କୁମାର, ସର୍ବୋଚ୍ଚ ଯନ୍ତ୍ରୀ, ଜଳସଂପଦ ଶ୍ରୀ ଧୀରେନ୍‌ କୁମାର ସାମଲ, ଜଳସଂପଦ ବିଭାଗର ପୁନର୍ବାସ ଓ ପୁନଃଥଇଥାନ ନିର୍ଦ୍ଦେଶକ ଶ୍ରୀ ରାଜେନ୍ଦ୍ର କୁମାର ପଟ୍ଟନାୟକ, ଜାଇକା, ରେଙ୍ଗାଲି ବାମାପାଶ୍ୱର୍ କେନାଲର ମୁଖ୍ୟଯନ୍ତ୍ରୀ ତଥା ଜଙ୍ଗଲ ଜମି ଅଧିଗ୍ରହଣର ନୋଡାଲ ଅଧିକାରୀ ଶ୍ରୀ ଦୀପ୍ତିରଂଜନ ପଣ୍ଡା, ରେଙ୍ଗାଲି ଦକ୍ଷିଣ କେନାଲର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ପ୍ରଧାନଙ୍କ ସମେତ ରେଙ୍ଗାଲି ଦକ୍ଷିଣ କେନାଲର ବିଭିନ୍ନ ଡିଭିଜନର ନିର୍ବାହୀ ଯନ୍ତ୍ରୀ, କଟକ ଓ ଆଠଗଡ଼ ବନଖଣ୍ଡର ଡିଏଫ୍‌ଓ ଏବଂ ରେଙ୍ଗାଲି ଦକ୍ଷିଣ ପାଶ୍ୱର୍ କେନାଲର ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version