No Result
View All Result
ଓଡିଶା ତାଜା ନ୍ୟୁଜ୍ (୧୪ ଜାନୁଆରୀ ଗୁରୁବାର ) ବାଲେଶ୍ୱର :– ଆଜି ପବିତ୍ର ମକର ସଂକ୍ରାନ୍ତି : ବାଲେଶ୍ୱର ଓ ମୟୁରଭଞ୍ଜ ଉତ୍ସବର ମାହୋଲ୍ ବିଭିନ୍ନ ଦେବାଳୟରେ ଶ୍ରଦ୍ଧାଳୁଙ୍କ ଭିଡl ଆଜି ମକର ସଂକ୍ରାନ୍ତି । ଏହାକୁ ନେଇ ସାରା ବାଲେଶ୍ୱର ଓ ମୟୁରଭଞ୍ଜ ଉତ୍ସବର ପରିବେଶ । ବିଭିନ୍ନ ରାଜ୍ୟରେ ଏହା ଅଲଗା ଅଲଗା ନାମରେ ପାଳିତ ହେଉଥିଲେ ବି ସେହି ସମାନ ମାନ୍ୟତା ରହିଛି । ସୂର୍ଯ୍ୟଦେବ ଆଜି ଧନୁ ରାଶିରୁ ମକରରେ ପହଂଚିଥାନ୍ତି । ତେଣୁ ଆଜି ଏହାକୁ ମକର ସଂକ୍ରାନ୍ତି ଭାବେ ପାଳନ କରାଯାଏ । ମକର ସଂକ୍ରାନ୍ତିରେ ବିଭିନ୍ନ ମହାଦେବଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ମହାଦେବଙ୍କ ଦର୍ଶନ ସହ ପବିତ୍ର କୁଣ୍ଡର ଜଳ ପାଇଁ ଆଜି ହଜାର ହଜାର ଭକ୍ତଙ୍କ ସମାଗମ ହେବାରେ ଲାଗିଛି । ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମକର ସଂକ୍ରାନ୍ତରେ ବିଭିନ୍ନ ମହାଦେବଙ୍କ ପୀଠରେ ମକରମେଳା ଧୁମଧାମରେ ପାଳନ ହେବାକୁ ଯାଉଛି । ଅନ୍ୟପଟେ ମକର ସଂକ୍ରାନ୍ତିରେ ବାରିପଦା ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମକରନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୁଖ ଯାତ୍ରl ।

ଶ୍ରୀମନ୍ଦିରରେ ଆଜି ପାଳିତ ହେଉଛି ମକରବେଢ଼ା । ଏହି ଅବସରରେ ମାଳଚୁଳ ଅଳଙ୍କାର ପିନ୍ଧି ମକର ଚୌରାସୀ ବେଶରେ ଶ୍ରୀଜିଉ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ମକରସଂକ୍ରାନ୍ତି ଅବସରରେ ମକରଚାଉଳ ଭୋଗ ହେବାରେ ଲାଗିଛି। ଅନ୍ୟପଟେ ଶ୍ରୀମନ୍ଦିରରେ ଧନୁ ସଂକ୍ରାନ୍ତିରୁ ଆରମ୍ଭ ହୋଇଥିବା ପହିଲି ଭୋଗ ମକରସଂକ୍ରାନ୍ତି ଦିନଠାରୁ ବନ୍ଦ ହୋଇଥାଏ । କାରଣ ମା ଲକ୍ଷ୍ମୀ ଧନୁ ସଂକ୍ରାନ୍ତିଠାରୁ ନିଜ ବାପଘରକୁ ଯାଇଥିବାରୁ ମା ବିମଳା ନିଜ ପୁତ୍ରପାଇଁ ସକାଳୁ ପହିଲି ଭୋଗ ପ୍ରସ୍ତୁତ କରୁଥିଲେ । ଆଉ ଏବେ ଲକ୍ଷ୍ମୀ ସାଆନ୍ତାଣୀ ଫେରିଥିବାରୁ ମହାପ୍ରଭୁ ମା’ ଲକ୍ଷ୍ମୀଙ୍କ ହାତ ରନ୍ଧା ଖାଇବେ ବୋଲି ବିଧି ରହିଛି । (ଦୀପ୍ତିମାନ ପତି, ବାଲେଶ୍ୱର)
No Result
View All Result