• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ;  ଆଜି ବିକାଶର ମଡେଲ ହୋଇପାରିଛି – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
January 14, 2021
in ଓଡ଼ିଶା, କଳାହାଣ୍ଡି, ରାଜନୀତି, ହୋମ୍
0
କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ;  ଆଜି ବିକାଶର ମଡେଲ ହୋଇପାରିଛି  – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ୨୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାୱରମ୍ଭ କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ – ମୁଖ୍ୟମନ୍ତ୍ରୀ କଳାହାଣ୍ଡିର ରୂପାନ୍ତର ର ସବୁ ଶ୍ରେୟ Indrabati ନଦୀ କୁ ଦେଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡିରେ ହେବ ଇନ୍ଦ୍ରାବତୀ ମ୍ୟୁଜିଅମ, ପାର୍କ ଓ ମନ୍ଦିର ଇନ୍ଦ୍ରାବତୀ ମ୍ୟୁଜିଅମ କହିବ କଳାହାଣ୍ଡି ବିକାଶର କାହାଣୀ

ଓଡ଼ିଶା ତାଜା ନ୍ୟୁଜ୍ ( ୧୪ ଜାନୁଆରୀ ଗୁରୁବାର ) କଳାହାଣ୍ଡି :- କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଥିଲେ। ଆଜି ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ବେଳେ, ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏହି ଅବସରରେ ଜୟପାଟଣା ବ୍ଲକ୍‌ର Mangalpur ଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ , ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ବାବୁ ୯୦ ଦଶକରେ ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ଭବାନୀପାଟଣା ଗସ୍ତ ସମୟରେ କିଛି ପିଲା ତାଙ୍କ ଉପରକୁ ପଥର ମାଡ କରିଥିଲେ ।

ବିଜୁ ବାବୁ ତାଙ୍କ ବିଶାଳ ହୃଦୟରେ ସେହି ପିଲାମାନଙ୍କୁ କ୍ଷମା କରିଥିଲେ। ପରେ ତାଙ୍କ ପୁଅ ଭାବରେ ମୁଁ ଯେତେବେଳେ ଏ ବିଷୟରେ ତାଙ୍କୁ ପଚାରିଥିଲି, ବିଜୁ ବାବୁ କହିଥିଲେ ‘ Nothing to be worried. କଳାହାଣ୍ଡିବାସୀ ମୋତେ ବହୁତ ଭଲ ପାଆନ୍ତି । ମୁଁ ମଧ୍ୟ କଳାହାଣ୍ଡିକୁ ବହୁତ ଭଲ ପାଏ । କଳାହାଣ୍ଡି ମାଟିରେ ମୋର ଯେତିରି ବିନ୍ଦୁ ରକ୍ତ ପଡିଛି, କଳାହାଣ୍ଡିର ବିକାଶ ପାଇଁ ମୁଁ ତାର ୧୦ ଗୁଣ ଅଧିକ ପରିଶ୍ରମ କରିବି ।’ ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ବ ଗ୍ରହଣ କରିବା ସମୟର ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ମା’ର ସେବା ପାଇଁ ମୁଁ ଯେତେବେଳେ ସୁଯୋଗ ପାଇଲି, ସେତେବେଳେ ବିଜୁ ବାବୁଙ୍କର ଏହି କଥା ମୋ ମନକୁ ବାରମ୍ବାର ଆସୁଥିଲା ଏବଂ କଳାହାଣ୍ଡିର ବିକାଶ ପାଇଁ ମୋତେ ମାର୍ଗ ଦେଖାଉଥିଲା ।

ଏ ଭିତରେ କଳାହାଣ୍ଡିର ଛବି ଉଜ୍ଜଳ ହୋଇଛି । ନୂଆ ଓଡିଶା ପାଇଁ ବାଟ ଦେଖାଇଛି। କୃଷି କ୍ଷେତ୍ରରେ କଳାହାଣ୍ଡିର ବିକାଶର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଭୋକର ଭୂଗୋଳ କୁହାଯାଉଥିବା କଳାହାଣ୍ଡି ଏବେ ଭାତହାଣ୍ଡି ହୋଇଛି । କଳାହାଣ୍ଡି ଧାନ ଉତ୍ପାଦନରେ ରାଜ୍ୟରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ବେଳେ, ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ମଧ୍ୟ ଚାଉଳ ଯୋଗାଉଛି। ୧୦ଟି ରାଜ୍ୟ କେନ୍ଦ୍ରୀୟ ଭଣ୍ଡାରକୁ ଯେତିକି ଚାଉଳ ଯୋଗାଉଛନ୍ତି, କଳାହାଣ୍ଡି ଏକାକି ସେତିକି ଚାଉଳ ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏ ସବୁ ସମ୍ଭବ ହୋଇପାରିଛି କଳାହାଣ୍ଡି ର ଚାଷୀ ତଥା ସମସ୍ତ ଜନସାଧାରଣଙ୍କ ଦୃଢ ଇଚ୍ଛା ଶକ୍ତି ଗଭୀର ଆତ୍ମ ବିଶ୍ୱାସ ଓ କଠିନ ପରିଶ୍ରମ ଯୋଗୁଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସଂଗ୍ରହ ଋତୁରେ କଳାହାଣ୍ଡିର ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୧୨୦୦ କୋଟି ଟଙ୍କା ଦିଆଯାଇଛି ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ। ଜଳସେଚନ ସୁବିଧା ୩ ଗୁଣ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ଓ ପୁଷ୍ଟି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ସାରା ଦେଶରେ Best Performing District ହୋଇପାରିଛି । ମାଛ ଚାଷ କ୍ଷେତ୍ରରେ ମଧ୍ୟ ଦେଶରେ ଶ୍ରେଷ୍ଠ ଜିଲ୍ଲାର ମର୍ଯ୍ୟାଦା ଲାଭ କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ କଳାହାଣ୍ଡିରେ ଶିଶୁ ମୃତ୍ୟୁ ହାର ପ୍ରତି ହଜାରରେ ୭୬ ଥିବାବେଳେ, ମାତୃ ମୃତ୍ୟୁ ହାର ୪୩୨ ଥିଲା। ରାଜ୍ୟ ସରକାରଙ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯୋଗୁ ଆଜି ଏହି ହାର କମିଛି ଏବଂ ଆମେ ବହୁ ସଂଖ୍ୟାରେ ଶିଶୁ ଓ ମା ମାନଙ୍କର ଜୀବନ ରକ୍ଷା କରିପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କଳାହାଣ୍ଡିର ଏହି ରୂପାନ୍ତରର ସବୁ ଶ୍ରେୟ ଇନ୍ଦ୍ରବତୀ ନଦୀକୁ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଇନ୍ଦ୍ରବାତୀ ଆମର ମା ଏବଂ କଳାହାଣ୍ଡିର ଜୀବନରେଖା । ସେ ତାର ପ୍ରତିଟି ଜଳବିନ୍ଦୁ ଦେଇ କଳାହାଣ୍ଡିକୁ ସମୃଦ୍ଧ କରିଛି । କଳାହାଣ୍ଡିବାସୀଙ୍କ ଦେହରେ ତାର ପାଣି ରକ୍ତ ହୋଇ ବୋହୁଛି । ମା ଇନ୍ଦ୍ରାବତୀର ଏହି ଅବଦାନକୁ ସମ୍ମାନ ଜଣାଇ ଏଠାରେ ଏକ ସଂଗ୍ରହାଳୟ ଓ ଉଦ୍ୟାନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି Museum ସାରା ବିଶ୍ବକୁ କଳାହାଣ୍ଡିର ରୂପାନ୍ତରର କାହାଣୀ କହିବ ।

ଏହି ଉଦ୍ୟାନ ଭିତରେ ମା ଇନ୍ଦ୍ରାବତୀଙ୍କ ଏକ ଭବ୍ୟ ମନ୍ଦିର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ଏବଂ ଇନ୍ଦ୍ରାବତୀର ଟୋପାଏ ବି ଜଳବିନ୍ଦୁକୁ ନଷ୍ଟ ହେବାକୁ ନ ଦେଇ, କଳାହାଣ୍ଡିର ବିକାଶରେ ପୁରା ବିନିଯୋଗ କରିବା ସହିତ ଭବିଷ୍ୟତ ପୀଢି ପାଇଁ ଇନ୍ଦ୍ରବତୀର ପାଣିକୁ ସୁରକ୍ଷିତ ରଖିବାକୁ ସଂକଳ୍ପ ନେବା ପାଇଁ ମୁଖ୍ୟମନ୍ତ୍ରୀ କଳାହାଣ୍ଡିର ଚାଷୀ ଭାଇଭଉଣୀ ମାନଙ୍କୁ ଆହ୍ବାନ ଜଣାଇଥିଲେ ।

ଆଜି ଉଦ୍‌ଘାଟିତ ଓ ଶିଳାନ୍ୟାସ କରାଯାଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ମେଗା ଉଠା ଜଳସେଚନ ବ୍ୟବସ୍ଥା, ଫୁଡ ପାର୍କ, ନୂଆ ବିଦ୍ୟୁତ ଫିଡର ଲାଇନ, ଭବାନୀପାଟଣାରେ ନୂଆ ବସ୍‌ଷ୍ଟାଣ୍ଡ, ରାସ୍ତାଘାଟ, ସେତୁ ଆଦି ବିଭିନ୍ନ ପ୍ରକଳ୍ପ ରହିଛି। ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ,ମନ୍ତ୍ରୀ ଶ୍ରୀ ରଘୁନଦନ ଦାଶ ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର ଉଦ୍ ବୋଧନ ଦେଇ ଥିଲେ । Prince Dance group ଆକର୍ଷଣୀୟ ନୃତ୍ୟ ଜରିଆରେ କଳାହାଣ୍ଡି ର ବିକାଶ ର ଧାରା ଉପସ୍ଥାପନା କରିଥିଲେ ।(ରିପୋର୍ଟ କଳାହାଣ୍ଡି ବ୍ୟୁରୋ ଚିଫ ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026

Recent News

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version