No Result
View All Result
ଓଡ଼ିଶା ତାଜା ନ୍ୟୁଜ ( ୧୬ ଜାନୁଆରୀ ଶନିବାର )ବୁଗୁଡା :- ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକର ୩୮୬ ଜଣ ନୂତନ ହିତାଧିକାରୀଙ୍କୁ ଜାନୁଆରୀ ୧୬ ତାରିଖ ଦିନ ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଓ ବିଧବା ଭତ୍ତା ପ୍ରଦାନ କରାଯାଇଛି । ବୁଗୁଡା ବ୍ଲକର ବିଡ଼ିଓ ତନ୍ମୟ ପାତ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଅତିଥି ଭାବରେ ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ମାମି ସେନାପତି , ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ ପ୍ରମୁଖ ମଞ୍ଚାସିନ ଥିଲେ । ବ୍ଲକର ଜିଲ୍ଲା ପରିଷଦ ସଦସ୍ୟ ସଦସ୍ୟା , ବିଭିନ୍ନ ପାଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ଙ୍କ ସମେତ ସମସ୍ତ ହିତାଧିକାରୀ ବୃନ୍ଦ ଯୋଗଦେଇଥିଲେ । ( ରିପୋର୍ଟ : ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )
No Result
View All Result