No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୯ ଜାନୁଆରୀ ମଙ୍ଗଳବାର ) ଖଣ୍ଡପଡ଼ା :- ଆସନ୍ତା ଜାନୁୟାରୀ ୨୦ ତାରିଖ ବୁଧବାର ୧୧ ଘଟିକା ସମୟରେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ତଥା କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ଖଣ୍ଡପଡ଼ା ବିଧାୟକ ସୈାମ୍ୟରଂଜନ ପଟ୍ଟନାୟକ, ଦଶପଲ୍ଲା ବିଧାୟକ ତଥା ବିଜୁ ଜନତା ଦଳ ସଭାପତି ରମେଶ ଚନ୍ଦ୍ର ବେହେରା ଏବଂ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ ଯୋଗ ଦେବେ ।
ସାରା ଦେଶରେ ୧ ନଂ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ଲାଭ କରିଥିବାରୁ ନୟାଗଡ଼ ବିଜୁ ଯୁବ-ଛାତ୍ର ଜନତା ଦଳ ପକ୍ଷରୁ ଏହି କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡିଟୋରିୟମଠାରେ ଅନୁଷ୍ଠିତ ହେବ । ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ଯୁବକ ଓ ଛାତ୍ର ବହୁ ସଂଖ୍ୟାରେ ଯୋଗ ଦେବାକୁ ଅନୁରୋଧ । ରମେଶ କୁମାର ସାହୁ ସଭାପତି, ବିଜୁ ଯୁବ ଜନତା ଦଳ, ନୟାଗଡ଼ (ରିପୋର୍ଟ – ଅଶ୍ଵିନୀ କୁମାର ସାହୁ )
No Result
View All Result