ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ଜାନୁଆରୀ ସୋମବାର ) ଭୁବନେଶ୍ୱର :- ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶାଳୟରେ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି । ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ସଂକଳ୍ପପାଠ କରାଇଥିଲେ । ଭାରତ ର ନାଗରିକଭାବେ ଆମେ ଗଣତନ୍ତ୍ରରେ ନିଜର ପୂର୍ଣ୍ଣ ଆସ୍ଥା ରଖି ଗଣତାନ୍ତ୍ରିକ ପରଂପରା ର ମର୍ଯ୍ୟାଦା ବଜାୟ ରଖିବା, ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନର ଗରିମାକୁ ଅକ୍ଷୁଣ୍ଣ ରଖି ନିର୍ଭିକ ହୋଇ ଜାତି, ଧର୍ମ, ବର୍ଣ୍ଣ, ଗୋଷ୍ଠୀ, ଭାଷା ଅଥବା ଅନ୍ୟ କୌଣସି ପ୍ରଲୋଭନରେ ପ୍ରଭାବିତ ନ ହୋଇ ପ୍ରତ୍ୟେକ ନିର୍ବାଚନରେ ନିଜର ମତାଧିକାର ସାବସ୍ତ କରିବାକୁ ନିର୍ଦ୍ଦେଶକ ଶ୍ରୀ ମିଶ୍ର ସମସ୍ତଙ୍କୁ ଶପଥପାଠ କରାଇଥିଲେ । କାର୍ଯ୍ୟକ୍ରମରେ ଯୁଗ୍ମ ନିର୍ଦ୍ଦେଶକ ଡଃ. ପ୍ରମୋଦ କୁମାର ମଲ୍ଲିକ, ଉପ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ବିଭାଗର ବରିଷ୍ଠ ପଦାଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।