No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ଜାନୁଆରୀ ସୋମବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ କନ୍ଧ ଝୋଲା ମାଣିକପାଟଣା ଠାରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ କରୋନା ଯୋଦ୍ଧା ଭାବେ ନୂଆଗାଁ ବ୍ଲକ୍ ର ସାମ୍ବାଦିକ ମାନଙ୍କୁ କରୋନା ଯୋଦ୍ଧା ଭାବେ ସମ୍ବର୍ଦ୍ଧିତ କରିଥିଲେ ।

ତତ୍ ସହିତ ଅଞ୍ଚଳର ବିକାଶ ପାଇଁ ପ୍ରଚେଷ୍ଟା ଜାରି ରହିଥିବା ସହ ଧୀରେ ଧୀରେ ସମସ୍ତ ସମସ୍ୟା ଦୂରୀକରଣ କରାଯିବ ବୋଲି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା କହିଥିଲେ । ଏହି କାର୍ଯ୍ୟକ୍ରମ ରେ ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘ ର ସମସ୍ତ ସଦସ୍ୟ ସଦସ୍ୟା ଏବଂ ଅଞ୍ଚଳବାସୀ ଅଂଶ ଗ୍ରହଣ କରିଥିଲେ ।(ଦଶପଲ୍ଲା/ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )

No Result
View All Result