No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ ( ୩୦ ଜାନୁଆରୀ ଶନିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଶୁଣ୍ଡିଝୋଲା ଗ୍ରାମରେ ଜୀବିକା ମିଶନ ତରଫରୁ ଓଡ଼ିଶା ପୁଷ୍ଟି ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଦେଶ ପ୍ରଗତିରେ ନାରୀ ଶକ୍ତି ର ଗୁରୁତ୍ବ ବର୍ଣ୍ଣନା କରିବା ସହ ମହିଳା ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ବର୍ଣ୍ଣନା କରିଥିଲେ । ତତ୍ ମହିଳା ମାନଙ୍କୁ ସଶକ୍ତିକରଣ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ପ୍ରଚେଷ୍ଟା କୁ ଦଶପଲ୍ଲା ବିଧାୟକ ଭୂୟସୀ ପ୍ରଶଂସା କରିଥିଲେ ।

ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ,ବିଡ଼ିଓ ପ୍ରମୋଦ କୁମାର ଦଳ ବେହେରା,ବିଜେଡ଼ି ସଭାପତି ସନାତନ ସାମଲ,ଉପ ସଭାପତି ମୁରଲୀ ଧର ଜେନା,ବିଜେଡ଼ି ଜିଲ୍ଲା ସାଧାରଣ ସମ୍ପାଦକ ଗୋଲଖ ବିହାରୀ ଗୋଚ୍ଛାୟତ,ବ୍ଲକ୍ ଛାତ୍ର ବିଜେଡ଼ି ସଭାପତି ସୁବ୍ରତ କୁମାର ପରିଡ଼ା,ବ୍ଲକ୍ ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁ ଶେଖର ସେନାପତି ପ୍ରମୁଖ ଯୋଗ ଦେଇଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
No Result
View All Result