No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨,ଫେବ୍ରୁଆରି,ମଙ୍ଗଳବାର ) ଗଜପତି :- ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୧ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ପୋଷ୍ୟ ସନ୍ତାନ ଭାବେ ସୁଦୂର ସୁନ୍ଦରଗଡ଼ର ଗୋଟିଏ ଦଂପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି । ଏହି ଲକଡ଼ାଉନ ଏବଂ ସଟଡାଉନ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କ ଯତ୍ନ ଓ ସୁରକ୍ଷାପାଇଁ ଜିଲ୍ଲାରେ ଥିବା ଏକ ମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ସାଲୋମ ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର ଏଡପସନ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା । ପରବର୍ତ୍ତୀ ମୁହୂର୍ତ୍ତରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହା ଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେ କୌଣସି ଦଂପତ୍ତି ପାଖକୁ ଯାଇପାରିବ ।
ତାହା ସମସ୍ତଙ୍କୁ ପୋର୍ଟାଲ ମାଧ୍ୟମରେ ଜଣାଇ ଦିଆଯାଇଥିଲା । ପରବର୍ତ୍ତୀ ମୁହୂର୍ତ୍ତରେ ମାସ ମାସ ଧରି ସନ୍ତାନ ପାଇଁ ଅନ ଲାଇନ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦଂପତ୍ତିମାନଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ ଉପରୋକ୍ତ ଦଂପତ୍ତି । ଶାରୀରିକଭାବେ ଶିଶୁକୁ ପସନ୍ଦ କରି ନେବା ପାଇଁ ସ୍ଥିର କରିଥିଲେ । ତା ପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ପ୍ରସ୍ତୁତ କରି ଥିଲେ । ପରବର୍ତ୍ତୀ ମୁହୂର୍ତ୍ତରେ ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଶିଶୁଟିକୁ ସୁନ୍ଦରଗଡ଼ର ଦଂପତ୍ତି ଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା । ଏହି ଶିଶୁଟି ପୁତ୍ରସନ୍ତାନ ହୋଇଥିଲା ବେଳେ ଶିଶୁଟିକୁ ପାଇ ଦଂପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା । ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଶିଶୁ ମଙ୍ଗଳ ସମିତି ସଭ୍ୟା ଶ୍ରୀମତୀ ଅଳକା ସାହୁ, ନିଶାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତା ଉପସ୍ଥିତ ଥିଲେ । (ପାରଳାଖେମୁଣ୍ଡି/ଗରୁଡ଼ ଧ୍ୱଜ ଚୌଧୁରୀ)
No Result
View All Result